
କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଏବଂ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ।ଆହତମାନଙ୍କ ପାଇଁ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।
ଏହି ଅଘଟଣର କାରଣ ଖୋଜିବା ପାଇଁ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାରଙ୍କ ସହାୟତା କେନ୍ଦ୍ର ସରକାରଙ୍କ ବ୍ୟତୀତ ରାଜ୍ୟ ସରକାର ମଧ୍ୟ ମୃତକଙ୍କ ପରିବାର ପାଇଁ ୨୫ଲକ୍ଷର ସହାୟତା ରାଶି ଘୋଷଣା କରିଛନ୍ତି। ଏବଂ ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ଦୁଃଖଦ ଘଟଣା ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ସୁରକ୍ଷା ଦୃଷ୍ଟିରୁ ମେଡିକାଲ ପରିସରରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।




