ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ସମ୍ବଲପୁର: ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର । ରେଢ଼ାଖୋଲ ଥାନା ଡୁମଚାଲି ଜଙ୍ଗଲ ଅଞ୍ଚଳରେ ପୁଲିସ୍‌ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ୍ ଟିମା ଆହତ ହୋଇଛି। ଟିମାର ଡାହାଣ ଗୋଡରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସକାଳ ପ୍ରାୟ ୫ଟା ୪୫ ମିନିଟ୍ ସମୟରେ ତିନି ସହଯୋଗୀଙ୍କ ସହ ରେଢ଼ାଖୋଲ ଥାନା ସୀମା ଅନ୍ତର୍ଗତ ଡୁମଛାଲି ଜଙ୍ଗଲ ଅଞ୍ଚଳରେ ଥିବା ଜଣାପଡ଼ିଥିଲା । ତେବେ ଅଭିଯୁକ୍ତମାନେ ପଳାୟନ କରିବାକୁ ଉଦ୍ୟମ ବେଳେ ଏନକାଉଣ୍ଟର କରିଥିଲା ପୁଲିସ । ଅଭିଯୁକ୍ତ ଧନେଶ୍ବର ମଧ୍ୟ ପୁଲିସ ଉପରକୁ ତିନି ରାଉଣ୍ଡ ଗୁଳି ଚଳାଇଥିଲା ।

ତେବେ ପୁଲିସର ଜବାବୀ ଗୁଳି ସିଧା ଧନେଶ୍ବରର ଡାହାଣ ଗୋଡ଼ରେ ବାଜିଥିଲା । ଟିମା ନାଁରେ ବିଭିନ୍ନ ଜିଲ୍ଲାରେ ୪୦ରୁ ଅଧିକ ମାମଲା ଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ପୁଲିସ ଗୋଟିଏ ପିସ୍ତଲ, ଗୋଟିଏ ବୋଲେରୋ, ତାର କଟର୍ ଏବଂ ବିଦ୍ୟୁତ ଟ୍ରାନ୍ସମିସନ୍ ତାର କାଟିବା ପାଇଁ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ର ଜବତ କରିଛି ପୁଲିସ। ଧନେଶ୍ବର ସହ ତା’ର ତିନି ସହଯୋଗୀଙ୍କୁ ମଧ୍ୟ ପୁଲିସ ଗିରଫ କରିଛି ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ