ଶୁକ୍ରବାରଠୁ ଖୋଲିଲା କୁଳଡିହା ଅଭୟାରଣ୍ୟ

ନୀଳଗିରି :  ଶୁକ୍ରବାରଠୁ ଖୋଲିଲା କୁଳଡିହା ଅଭୟାରଣ୍ୟ। ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିବ ନେଚର୍ସକ୍ୟାମ୍ପ। ଏନେଇ ବନବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା ୨୭୨.୭୫ ଵର୍ଗ କିଲୋମିଟର ପରିଧି ବିଶିଷ୍ଟ କୁଳଡିହା ଅଭୟାରଣ୍ୟ ଦୀର୍ଘମାସ ପରେ ପୁଣି ଚଳଚଞ୍ଚଳ ହୋଇଉଠିବ। ଗତ ଜୁନ ମାସ ଠାରୁ ବର୍ଷା ଋତୁ କାରଣରୁ ପର୍ୟ୍ୟଟକଙ୍କ ପାଇଁ ଅଭୟାରଣ୍ୟ ବନ୍ଦ ରହିଥିଲା। ପୁଣି ନଭେମ୍ବର ୧ ତାରିଖରେ ଏହା ଖୋଲୁଥିବା ବେଳେ ଚଳିତ ବର୍ଷ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ପୁଣି ଦେଖିବାକୁ ପାଇବେ ପର୍ୟ୍ୟଟକ। ଅଭୟାରଣ୍ୟରେ ହାତୀ, ହରିଣ, ସମ୍ବର, ଗୟଳ, ଠେକୁଆ, ବେଲରା ମୂଷା, ନୀଳଗାଈ, ସମେତ ବିଭିନ୍ନ ପ୍ରଜାତିର ପକ୍ଷୀ ଦେଖିବା ପାରିବେ।
କୁଳଡିହାକୁ ଲାଗି ରହିଥିବା ଡ୍ୟାମ୍ ସାତଘାଟି, ରିସିଆ, ପୁରୁଣାପାଣି, ଜୋଡ଼ାଚୁଆ, ମୁଖଚତୁରି, କଇମଚତୁରୀ ଅଞ୍ଚଳରେ ୨୫୦ରୁ ଅଧିକ ସଂଖ୍ୟାରେ ଦେଶୀ, ବିଦେଶୀର ପକ୍ଷୀ ଦେଖିବାକୁ ମିଳେ । ପ୍ରାକୃତିକ ସୌନ୍ଦର୍ୟ୍ୟ ଭରା ଏହି ଅଭୟାରଣ୍ୟରେ ପର୍ୟ୍ୟଟନର ବିକାଶ ଲାଗି ଗୋହିରାଭୋଳ ଠାରେ ‘ରିସିଆ ପ୍ରକୃତି ନିବାସ’ ଖୋଲାଯାଇଛି । ରାତ୍ର ରହଣି ନିମନ୍ତେ ୯ଟି ତମ୍ବୁଘର ହୋଇଛି । ଏହା ସହ ନେଚର୍ସ କ୍ୟାମ୍ପ କରାଯାଇ ଖାଦ୍ୟ, ପିଇବା ପାଣି ଏବଂ ଶୌଚାଳୟର ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷେ ମାଦକଦ୍ରବ୍ୟ ଉପରେ କଟକଣା ରହିଛି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ