ସରକାରୀ କୋଠା ନିର୍ମାଣରେ ବିଲ୍ଡିଂ ପ୍ଲାନର ହେବ ଅନୁମୋଦନ

ଭୁବନେଶ୍ୱର : ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଅଗ୍ନି ଦୁର୍ଘଟଣା ପରେ ଚେତିଛନ୍ତି ରାଜ୍ୟ ସରକାର । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କରିଛନ୍ତି ରାଜ୍ୟରେ ଓ ଜିଲ୍ଲାରେ ଥିବା ବିଭିନ୍ନ ଡାକ୍ତରଖାନା ଓ ସରକାରୀ କାର୍ୟ୍ୟାଳୟରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସମୀକ୍ଷା । ଅଗ୍ନି ନିରାପତ୍ତା ବ୍ୟବସ୍ଥାରକୁ ଅଧିକ ସୁଦୃଢ଼ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ସିଏସ ।

ଏସସିବରେ ବଡ଼ ଧରଣର ଅଗ୍ନିକାଣ୍ଡରେ ଅଦ୍ୟାବଧି ୧୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ଘଟଣା ପାଇଁ ବ୍ୟାକଫୁଟରେ ଅଛନ୍ତି ମୋହନ ସରକାର ଓ ପ୍ରଶାସନ । ଘଟଣାର ତଦନ୍ତ ଚାଲିଥିବାବେଳେ ଚେତିଛନ୍ତି ସରକାର । ରାଜ୍ୟରେ ସମସ୍ତ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନା ଗୁଡିକରେ ଅଗ୍ନି ନିରାପତ୍ତା ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ଅଗ୍ନିଶମ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ଶାସନ ସଚିବଙ୍କୁ ନୋଡାଲ ଅଧିକାରୀ ଭାବେ ନିୟୋଜିତ କରାଯାଇଛି । ଏହାସହ ଅଗ୍ନିନିର୍ବାପକ ଉପକରଣ ଗୁଡିକ ସୁଇଚ୍ ଅଫ୍ ନକରି କାର୍ୟ୍ୟକ୍ଷମ ସ୍ଥିତିରେ ରଖାଯିବାକୁ ପରାମର୍ଶ ଦିଆଯାଇଛି ।
ନିୟମିତ ଭାବେ ଉପକରଣଗୁଡିକୁ ଯାଂଚ, ଅଗ୍ନି ନିର୍ବାପକ ବ୍ୟବସ୍ଥା ସଂପର୍କରେ ଆବଶ୍ୟକ ସ୍ଥଳେ ତୃତୀୟ ପକ୍ଷ ଅଡିଟ କରାଯିବା ନେଇ ପରାମର୍ଶ ଦିଆଯାଇଛି । ଜିଲ୍ଲା ସ୍ତରରେ ଅଗ୍ନି ନିରାପତ୍ତା ସଂପର୍କିତ ମକ ଡ୍ରିଲ ଅଧିକରୁ ଅଧିକ ଆୟୋଜନ କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ଅଗ୍ନି ନିରାପତ୍ତାକୁ ଦୃଷ୍ଟିରେ ରଖି ସରକାରୀ କୋଠା ନିର୍ମାଣ ସମୟରେ ବିଲ୍ଡିଂ ପ୍ଲାନ ଅନୁମୋଦନ କରାଯିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଛନ୍ତି, “ଜୀବନ ରକ୍ଷା ସବୁଠାରୁ ମୂଲ୍ୟବାନ । ଶିଳ୍ପ, ଭିତ୍ତିଭୂମି ଓ ଅନ୍ୟାନ୍ୟ ଉନ୍ନୟନମୂଳକ ପ୍ରକଳ୍ପ କାର୍ୟ୍ୟ କରିବାକୁ ଯେପରି ଆମେ ଗୁରୁତ୍ୱ ଦେଉଛୁ, ସେହିଭଳି ଅଗ୍ନି ନିରାପତ୍ତାକୁ ମଧ୍ୟ ସର୍ବାଧିକ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି । ଏହାକୁ ଗୁରୁତ୍ୱ ଦେଇ ସଂପୃକ୍ତ ସମସ୍ତ ବିଭାଗ, ଅଗ୍ନିଶମ ସେବା ଓ ଜିଲ୍ଲାପାଳମାନେ ସର୍ବଦା ପ୍ରସ୍ତୁତିକୁ ଅଗ୍ରାଧିକାର ଦେବା ଓ ସମ୍ଭାବ୍ୟ ବିପର୍ୟ୍ୟୟ ପ୍ରତି ସବୁବେଳେ ସଜାଗ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।

ବୈଠକରେ ଉନ୍ନୟନ କମିଶନର ଦେଓ ରଂଜନ କୁମାର ସିଂ, ଅଗ୍ନିଶମ ସେବା ଡିଜି ଡା. ସୁଧାଂଶୁ ଷଡ଼ଙ୍ଗୀ, ପୂର୍ତ୍ତ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆଦି ବିଭାଗର ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଯୋଗ ଦେଇଛନ୍ତି । ଜିଲ୍ଲାପାଳମାନେ ଭିସି ଜରିଆରେ ଉପସ୍ଥିତ ଥିଲେ ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ