ଆଗାମୀ ୫ ଦିନ ଯାଏ ଝଡ଼ବର୍ଷା, କୁଆପଥର ମାଡ଼

ଭୁବନେଶ୍ୱର:ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ୧୦ ଜିଲାକୁ ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ କଟକ ଓ ଢେଙ୍କାନାଳ ଜିଲାରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି ଓ ନବରଙ୍ଗପୁରରେ ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଅନ୍ୟପକ୍ଷରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲାରେ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ୨୩ ତାରିଖ ଯାଏ ଝଡ଼ବର୍ଷା ଲାଗି ରହିବ। ଘଡ଼ଘଡ଼ି ଓ କୁଆପଥର ପଡିବା ସମୟରେ ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ