ବୀଭତ୍ସ: ହାତୁଡ଼ିରେ ପିଟି ସାଙ୍ଗକୁ ହତ୍ୟା କଲା ସାଙ୍ଗ

କେନ୍ଦୁଝର : ସାଙ୍ଗକୁ ହତ୍ୟା କଲା ସାଙ୍ଗ। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ୬ ନଂ ୱାର୍ଡର ପାଚୁହାଟିଂରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସାଙ୍ଗ ଭାଗବତି ବେଶ୍ରାଙ୍କ ମୁଣ୍ଡକୁ ହାତୁଡ଼ିରେ ପିଟି ହତ୍ୟା କରିଛି ଅଭିଯୁକ୍ତ ଦୁର୍ଗା ନାୟକ। ଆଉ ସାଙ୍ଗକୁ ହତ୍ୟାପରେ ଅଭିଯୁକ୍ତ ଦୁର୍ଗା ନାୟକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।
ମିଳିଥିବା ସୂଚନା ଅନୁସାରେ ଅଭିଯୁକ୍ତ ଦୁର୍ଗା ନାୟକ ପତ୍ନୀ ହତ୍ୟା ମାମଲାରେ ସେ ଜେଲ୍‌ରେ ଥିଲେ। ଜେଲ୍‌ରୁ ମୁକୁଳିବା ପରେ ସେ ତାଙ୍କର ଦୁଇ ବନ୍ଧୁ ଭାଗବତି ଓ ଦଶରଥଙ୍କ ସହ ରହୁଥିଲେ। ଗତକାଲି ରାତିରେ କୌଣସି କାରଣକୁ ନେଇ ୩ ସାଙ୍ଗଙ୍କ ମଧ୍ୟରେ ବଚସା ହେଲା। ଏଥିରେ ଉତ୍ତ୍ୟକ୍ତ ଦୁର୍ଗା ଭାଗବତିଙ୍କ ମୁଣ୍ଡ ଛେଚି ହତ୍ୟା କରିଛନ୍ତି। ଏଥି ସହିତ ଅନ୍ୟଜଣେ ସାଙ୍ଗ ଦଶରଥକୁ ମଧ୍ୟ ଆକ୍ରମଣ କରି ମୁଣ୍ଡ ଫଟାଇବା ସହ ଦାନ୍ତ ଭାଙ୍ଗିଦେଇଛି ଅଭିଯୁକ୍ତ ଦୁର୍ଗା ନାୟକ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ ଦୁର୍ଗା ଫେରାର ହୋଇ ଯାଇଛି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା