ସତ କଥା ନ ଲେଖି ଧମକେଇକି ଆଇନ ଦେଖାଉଛନ୍ତି : ପ୍ରମିଳା ମଲ୍ଲିକ

ଭୁବନେଶ୍ବର :ବିଜେଡି ପକ୍ଷରୁ ଜାରି କରାଯାଇଥିବା କାରଣ ଦର୍ଶାଅ ନୋଟିସର ୬ ବିଧାୟକ ଉତ୍ତର ରଖିବା ପରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ତା’ର ଜବାବ ଦେଇଛନ୍ତି । ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହେଇଛି। ଯେଉଁମାନେ କିଣିକି ନେଇଛନ୍ତି ସେମାନେ ଲେଖିଛନ୍ତି ଏମାନେ ଦସ୍ତଖତ କରିଛନ୍ତି। ଆଇନ କ’ଣ ଏକା ସେମାନଙ୍କ ପାଇଁ । ନିଅନ୍ତୁ କ’ଣ ଆଇନର ଆଶ୍ରୟ ନେବେ । ଚୋରି କରି ଭୋଟ ଦେଲେ । ଦଳ ବିରୁଦ୍ଧରେ କାହିଁକି ଭୋଟ ଦେଲେ ଆମେ ମାଗିଥିଲୁ କିନ୍ତୁ ସତ କଥା ନ ଲେଖି ଧମକେଇକି ଆଇନ ଦେଖାଉଛନ୍ତି ।

ସତ ଲେଖୁନାହାନ୍ତି କାହିଁକି ଭୋଟ ଦେଲେ । ଦଳ ଟିକେଟ ନେଲାବେଳେ କାହିଁକି ବିବେକ ନଥିଲା। ସଭାପତି ନିଷ୍ପତି ନେବେ କାର୍ୟ୍ୟାନୁଷ୍ଠାନ ପାଇଁ। ବୈଠକରେ କଣ ନିଷ୍ପତ୍ତି ନିଆଯାଇଥିଲା କାହିଁକି ଲୁଚାଉଛନ୍ତି । ଦଳ ଫିଲଟର ହେଉଛି ସବୁ ଅଳିଆ ବାହାରିଗଲେ ସ୍ଵଚ୍ଛ ହେବ ।

ସୂଚନା ଅନୁସାରେ, ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂକୁ ନେଇ ବିଜେଡି ଦଳର ୬ ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲା । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ତରଫରୁ ଜାରି ହୋଇଥିବା ନୋଟିସ୍ରେ ୨୦ତାରିଖ ଅପରାହ୍ନ ୫ଟା ସୁଦ୍ଧା କାରଣ ଦର୍ଶାଇବା ପାଇଁ ଉଲ୍ଲେଖ ରହିଥିଲା । ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ (ଭୁବନେଶ୍ବର) ବିଧାୟକ ନବ କିଶେର ମଲ୍ଲିକ, କଟକ-ଚୌଦ୍ବାର ବିଧାୟକ ସୌଭିକ ବିଶ୍ବାଳ, ବସ୍ତା ବିଧାୟକ ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ବାଙ୍କୀ ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କୁ ନୋଟିସ୍ ଜାରି ହୋଇଥିଲା।

  • Related Posts

    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading
    କ୍ଷମା ମାଗିଲେ ନିଶିକାନ୍ତ ଦୁବେ: କ’ଣ କହିଲେ ଜାଣନ୍ତୁ

    ନୂଆଦିଲ୍ଲୀ : ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ଆଜି କ୍ଷମା ମାଗିଛନ୍ତି ନିଶିକାନ୍ତ ଦୁବେ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଏବଂ କହିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ