୨୧୦ କୋଟି ଟଙ୍କା ବ୍ୟୟରେ ହେବ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ

ଭୁବନେଶ୍ୱର, ୨୦ ମାର୍ଚ୍ଚ ୨୦୨୬: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ ଏହି ପ୍ରକଳ୍ପ ଜରିଆରେ ବିକଶିତ କରାଯିବ। ନ୍ୟାସନାଲ ଗ୍ରୀନ୍ ଟ୍ରିବ୍ୟୁନାଲର ନିର୍ଦ୍ଦେଶ ଅନୁଯାୟୀ ୨୮୪ ଏକର ଅଞ୍ଚଳରେ ସବୁଜ ବଳୟ ସୃଷ୍ଟି କରାଯିବ ଏବଂ ଅବଶିଷ୍ଟ ୧୪୨ ଏକର ଅଞ୍ଚଳକୁ ପର୍ଯ୍ୟଟନ ଉପଯୋଗୀ କରାଯିବା ସହିତ ବିଭିନ୍ନ ଯାନିଯାତ୍ରା (Festive Purpose) ପାଇଁ ମଧ୍ୟ ଉପଯୋଗୀ କରାଯିବ । ଏଥିରେ ଓଡ଼ିଶା ହାଟ, ହେରିଟେଜ ଭିଲେଜ, ପିକନିକ୍ ଏରିଆ, ଇଣ୍ଟରପ୍ରିଟେସନ ସେଣ୍ଟର, ଫୁଡ କୋର୍ଟ, ଲନ, ବଗିଚା, ମହାନଦୀ କୂଳ ସ୍ଥିତ ବିଭିନ୍ନ ୱାଟରବଡିର ସୌନ୍ଦର୍ଯ୍ୟକରଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ ରହିଛି । ଏସବୁ ନିର୍ମାଣ କାର୍ଯ୍ୟରେ ଗ୍ରୀନ ଟ୍ରିବ୍ୟୁନାଲ ଗାଇଡଲାଇନ ପାଳନ କରାଯିବ ।
ଏହି ପ୍ରକଳ୍ପକୁ ପର୍ଯ୍ୟଟକମାନଙ୍କ ପାଇଁ ଏକ ଜାତୀୟ ସ୍ତରର ଆକର୍ଷଣୀୟ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଗୁରୁତ୍ୱ ଦେଇଥିଲେ। ଏଥିପାଇଁ ଗୁଜରାଟର ସାବରମତୀ ଡିଜାଇନକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତ ପ୍ରାରମ୍ଭିକ ପ୍ରକ୍ରିୟା ଯଥାଶୀଘ୍ର ଶେଷ କରି ପ୍ରଥମ ପର୍ଯ୍ୟାୟ କାମ ତୁରନ୍ତ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ମହାନଦୀ କୂଳ ସୁରକ୍ଷା ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ଯେଉଁ ନିର୍ମାଣ କାର୍ଯ୍ୟ ହେଉଛି, ସେହି ପ୍ରକଳ୍ପ ଗୁଡ଼ିକର ମଧ୍ୟ ସୌନ୍ଦର୍ଯ୍ୟକରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଏହି ପ୍ରକଳ୍ପ ଗୁଡିକ ନଦୀତଟକୁ ସୁରକ୍ଷା ଦେବା ସହିତ ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଆକର୍ଷଣର କେନ୍ଦ୍ର ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟ କାମ ବେଳେ ଧବଳେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ National Law University ନିକଟସ୍ଥ ପଠାକୁ ବିକଶିତ କରିବା ପାଇଁ ପରାମର୍ଶ ଦେଇଥିଲେ । ଅଧିକ ଆକର୍ଷଣୀୟ କରିବା ପାଇଁ ମହାନଦୀ ମଧ୍ୟରେ କ୍ରୁଜ ଚଳାଚଳ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ମତ ଦେଇଥଲେ । ଏ ସବୁ ସୌନ୍ଦର୍ଯ୍ୟକରଣ କାମ ପାଇଁ ଆବଶ୍ୟକ ହେଲେ ଅଧିକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ ।
ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜିବ ମିଶ୍ର, ନିର୍ଦ୍ଦେଶକ ପୌର ପ୍ରଶାସନ ଶ୍ରୀ ଅରିନ୍ଦମ ଡାକୁଆ, କଟକ ମହାନଗର ନିଗମ ଆୟୁକ୍ତ କିରଣଦୀପ୍ କୌର ସହୋତା ପ୍ରମୁଖ ଉପସ୍ଥିତ ଥିଲେ ।
BY:SATYAJIT RAY

Related Posts

ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

Continue reading
ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ