ଗିନିଜ୍ ୱାର୍ଲ୍ଡ ରେକର୍ଡରେ ସାମିଲ ହେଲା ଓଡିଆଙ୍କ ପ୍ରିୟ ପଖାଳ

ଭୁବନେଶ୍ଵର,୨୦/୦୩/୨୦୨୬:ଓଡ଼ିଶାର ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ଏକାସାଙ୍ଗରେ ୧,୧୭୪ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରି ଏବଂ ଏକ ବିଶାଳ ପାତ୍ରରେ ପରିବେଷଣ କରି ‘ବୃହତ୍ତମ ଫର୍ମେଣ୍ଟେଡ୍ ରାଇସ୍ (ପଖାଳ) ପରିବେଷଣ’ ପାଇଁ ଗିନିଜ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି। ଏହି ଅସାଧାରଣ କୃତି କେବଳ ଓଡ଼ିଶାର ସମୃଦ୍ଧ ରନ୍ଧନ ଶୈଳୀ ଓ ପରମ୍ପରାକୁ ସମ୍ମାନିତ କରୁନାହିଁ, ବରଂ ଓଡ଼ିଆ ସଂସ୍କୃତି ଓ ଦୈନନ୍ଦିନ ଜୀବନ ସହ ଜଡ଼ିତ ଆମର ପ୍ରିୟ ‘ପଖାଳ’କୁ ଆନ୍ତର୍ଜାତୀୟ ସ୍ତରରେ ଏକ ନୂଆ ପରିଚୟ ଦେଇଛି। ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ ‘ପଖାଳ ପରବ’ କାର୍ଯ୍ୟକ୍ରମ ପାଳନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପଖାଳକୁ କେବଳ ଏକ ଆହାର ନୁହେଁ, ବରଂ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି କହିଥିଲେ। ପଖାଳ ଦିବସର ମୂଳ ଲକ୍ଷ୍ୟ ଥିଲା ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା। ଆଜିକାଲିର ପାଶ୍ଚାତ୍ୟ ଖାଦ୍ୟ ସଂସ୍କୃତି ଭିତରେ ଆମର ଏହି ପାରମ୍ପରିକ ଖାଦ୍ୟ ଯେପରି ହଜି ନଯାଏ, ସେଥିପାଇଁ ଏହି ଦିବସଟି ସମସ୍ତ ଓଡ଼ିଆଙ୍କୁ ଏକଜୁଟ କରିବାର ପ୍ରୟାସ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗିନିଜ୍ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇବା ପରେ ଏହି ଲକ୍ଷ୍ୟ ପୂରଣ ହୋଇଛି। ଏହି ସଫଳତା ଓଡ଼ିଶାର ଦେଶୀ ଖାଦ୍ୟ ପରମ୍ପରାକୁ ବିଶ୍ୱ ମାନଚିତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପ୍ରଦାନ କରିଛି।

Related Posts

ଆମ୍ବୁଲାନ୍ସ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ : ରବିବାର ସକାଳେ ଉତ୍ତର ପ୍ରଦେଶର ସୁଲତାନପୁରର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଜଣେ ସୈନିକଙ୍କ ପାର୍ଥିବ ଶରୀର ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାରି ଜଣଙ୍କର ଜୀବନ ଚାଲି ଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସୂଚନା ସଂଗ୍ରହ…

Continue reading
ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ ଆହତ ହୋଇଛନ୍ତି। ୟୁକ୍ରେନ୍ର ସୁମିଠାରେ ଥିବା ଉକ୍ତ ପ୍ଲାଣ୍ଟର ମୁଖ୍ୟ ବିଲ୍ଡିଂ କ୍ଷତିଗ୍ରସ୍ତ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ