ଏପ୍ରିଲ ୮ରେ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଆୟୋଜିତ ହେବ ରକ୍ତଦାନ ଶିବିର

ଭୁବନେଶ୍ୱର :ଆସନ୍ତା ଏପ୍ରିଲ ମାସ ୮ ତାରିଖରେ ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟ ମାନଙ୍କରେ ରକ୍ତଦାନ ଶିବିର ଆୟୋଜିତ ହେବ। ଏନେଇ ସମସ୍ତ ବିଶ୍ୱ ବିଦ୍ୟାଳୟର ରେଜିଷ୍ଟାର ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।

ଆସନ୍ତା ଏପ୍ରିଲ ୧ ତାରଖରୁ ୧୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯିବ। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏପ୍ରିଲ ୮ ତାରିଖ ଦିନ ସମସ୍ତ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟ ମାନଙ୍କରେ ଏନସିସି/ ଏନଏସଏସ/ୟୁଥ ରେଡ଼କ୍ରସ/ ରୋଭର୍ସ ରେଞ୍ଜର୍ସ ତରଫରୁ ରକ୍ତଦାନ ଶିବିରର ଆୟୋଜନ କରାଯିବାକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଯଦି କୌଣସି ଶିକ୍ଷାନୁଷ୍ଠାନରେ ପରୀକ୍ଷା ବା ଅନ୍ୟକୌଣସି ଅପରିହାର୍ଯ୍ୟ କାରଣରୁ ଏପ୍ରିଲ ୮ ତାରିଖ ଦିନ ରକ୍ତଦାନ ଶିବିରର ଆୟୋଜନ ନ ହୋଇପାରେ, ତେବେ ଏହାକୁ ଓଡ଼ିଆ ପକ୍ଷ ପାଳନ ଅବଧି ମଧ୍ୟରେ ରହିଥିବା ଯେକୌଣସି ଦିନ ମଧ୍ୟରେ କରାଯାଇପାରିବ ବୋଲି କୁହାଯାଇଛି। ରକ୍ତଦାନ ଶିବିରର ଆୟୋଜନ ପରେ ଶିବିରର ବିବରଣୀକୁ ହିମ୍ସ (HIMS) ପୋର୍ଟାଲରେ ଅପଲୋଡ଼ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ