ଛେଣ୍ଡିପଦାକୁ ୧୭୨ କୋଟିର ପ୍ରକଳ୍ପ ଭେଟି ଦେଲେ ଧର୍ମେନ୍ଦ୍ର

ଅନୁଗୋଳ: ଅନୁଗୋଳ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ନିର୍ବାଚନ ମଣ୍ଡଳୀ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଗସ୍ତରେ ଆସି ଗତକାଲି(ଶନିବାର) ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଛେଣ୍ଡିପଦା ତହସିଲ ଅଫିସ ପାଖ ପଡ଼ିଆରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିକଶିତ ଛେଣ୍ଡିପଦା ଗଠନର ଆହ୍ୱାନ ଦେଇଛନ୍ତି । ବିକଶିତ ଛେଣ୍ଡିପଦା ବିକଶିତ ଅନୁଗୋଳ ଗଠନ ହେଲେ ଯାଇ ବିକଶିତ ଓଡ଼ିଶା ଗଠନ ସମ୍ଭବ ହୋଇ ପାରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ ।
ଛେଣ୍ଡିପଦା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ପ୍ରାୟ ୧୭୨ କୋଟି ଟଙ୍କାର ୪୧ଟି ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଯାହା ମଧ୍ୟରେ ଛେଣ୍ଡିପଦାରେ ଏକ ଷ୍ଟାଡିୟମ ଓ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ ହେବ, ଅଞ୍ଚଳର ବିକାଶରେ ଆହୁରି ସହାୟକ ହେବ ବୋଲି ମନ୍ତ୍ରୀ କହିଥିଲେ । ଏହି ଅବସରରେ ସ୍ଥାନୀୟ ବିଧାୟକ ଅଗସ୍ତି ବେହେରା, ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ଉପସ୍ଥିତ ଥିଲେ । ଏହା ଛଡା ବିଭିନ୍ନ ସରକାରୀ ସ୍କିମରେ ଲାଭାର୍ଥୀଙ୍କୁ ମଧ୍ୟ ଯୋଜନା ବାବଦକୁ ଅର୍ଥ ପ୍ରଦାନ କରାଯାଇଥିଲା । ଯେଉଁଥିରେ ବ୍ଲକର ୪୨ ଲାଭାର୍ଥୀ ଉପକୃତ ହୋଇଥିଲେ ।

ବିକାଶ ସହ ପରିବେଶର ସୁରକ୍ଷା ମଧ୍ୟ ଅପରିହାର୍ୟ୍ୟ, ସେଥିପାଇଁ ଆଗାମୀ ପିଢ଼ି ପାଇଁ ଏକ ସ୍ୱଚ୍ଛ ପରିବେଶ ଗଢ଼ିବା ଲକ୍ଷ୍ୟରେ ସ୍କୁଲ ବର୍ଜ୍ୟ ପରିଚାଳନା ମଡ୍ୟୁଲ ‘ପ୍ଲାଷ୍ଟିକ ଟୁ୍‌ ପ୍ରୋପୋଜ୍‌’ ପ୍ରଶଂସନୀୟ । ଏହି ମଡ୍ୟୁଲ୍ ମାଧ୍ୟମରେ ଛାତ୍ରଛାତ୍ରୀମାନେ ପ୍ଲାଷ୍ଟିକ ବର୍ଜ୍ୟର ପରିଚାଳନା କରିବା ସହ ‘ପ୍ଲାଷ୍ଟିକ ଆକ୍ସନ ଟିମ୍’ ଗଠନ କରି ନେତୃତ୍ୱ ନେବାକୁ ସକ୍ଷମ ହେବେ । ସ୍କୁଲ ଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ କରିବା ସହ ପିଲାମାନଙ୍କ ମଧ୍ୟରେ ଏହି ସଚେତନତା ସୃଷ୍ଟି କରିବା ପାଇଁ ସମସ୍ତ ଶିକ୍ଷକମାନେ ଦାୟିତ୍ୱ ନେବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ