ଏସ୍‌ସିବି ଅଗ୍ନିକାଣ୍ଡ : ବଦଳିଲେ ଡିନ୍‌ ଓ ଅଧୀକ୍ଷକ

ଭୁବନେଶ୍ବର: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ପରେ ରବିବାର ଏକ ବଡ଼ଧରଣର ଅଦଳବଦଳ ହୋଇଛି। ଏସ୍‌ସିବିର ଡିନ୍‌ (ଅଧ୍ୟକ୍ଷ) ଏବଂ ଅଧୀକ୍ଷକଙ୍କୁ ବଦଳି କରାଯାଇଛି। ବାରମ୍ବାର ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଶେଷରେ ରାଜ୍ୟ ସରକାର ଏ ଦିଗରେ ପଦକ୍ଷେପ ଗ୍ରହଣ କରିଥିବା ଜଣାପଡ଼ିଛି। ରବିବାର ଛୁଟିଦିନ ସତ୍ତ୍ବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଏ ସମ୍ପର୍କରେ ସୂଚନା ଜାରି କରାଯାଇଛି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ବାରିପଦା ମେଡିକାଲ କଲେଜ ଏବଂ ହସ୍ପିଟାଲର ଡିନ୍ ପ୍ରଫେସର ଡା. ପ୍ରତିଭା ପଣ୍ଡାଙ୍କୁ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ଡିନ୍ ଭାବେ ନିଯୁକ୍ତ କରାଯାଇଛି।

ସେହିପରି ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ଡିନ୍ ଭାବେ କାର୍ୟ୍ୟରତ ପ୍ରଫେସର ଡା. ଲୁସି ଦାସଙ୍କୁ ଏସ୍‌ସିବି ମେଡିକାଲ ସିଭିଟିଏସ୍ ପ୍ରଫେସର ଭାବେ ବଦଳି କରାଯାଇଛି। ଏଥିସହ ତାଙ୍କୁ ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗରେ କାର୍ୟ୍ୟ କରିବାକୁ ଅନୁମତି ଦିଆଯାଇଛି। ଏସ୍‌ସିବି‌ ମେଡିକାଲ ଅସ୍ଥିଶଲ୍ୟ ବିଭାଗର ମୁଖ୍ୟ ଥିବା ଡା. ନିର୍ମଳ ଚନ୍ଦ୍ର ମହାପାତ୍ର ବାରିପଦା ମେଡିକାଲ କଲେଜର ଡିନ୍ ଭାବେ କାର୍ୟ୍ୟ କରିବେ। ଏସ୍‌ସିବି ଏଫ୍‌ଏମ୍‌ଟି ବିଭାଗର ମୁଖ୍ୟ ଡା. ଜ୍ୟୋତିଷ ଚନ୍ଦ୍ର ଚୌଧୁରୀଙ୍କୁ ଏସ୍‌ସିବି ମେଡିକାଲ ଅଧୀକ୍ଷକ ଭାବେ ନିଯୁକ୍ତ କରାଯାଇଛି। ସୁନ୍ଦରଗଡ଼ ମେଡିକାଲ କଲେଜ ଏବଂ ହସ୍ପିଟାଲ ଅସ୍ଥିଶଲ୍ୟ ବିଭାଗ ପ୍ରଫେସର ଡା. ସତ୍ୟଜିତ ରାୟଙ୍କୁ ଏସ୍‌ସିବି ଅସ୍ଥିଶଲ୍ୟ ବିଭାଗ ପ୍ରଫେସର ଭାବେ ଦାୟିତ୍ବ ଦିଆଯାଇଛି। ଏଥିସହ ଏସ୍‌ସିବିକୁ ଡେପୁଟେସନରେ ଥିବା ବ୍ରହ୍ମପୁର ମେଡିକାଲ କଲେଜ ଅସ୍ଥିଶଲ୍ୟ ବିଭାଗ ସହଯୋଗୀ ପ୍ରଫେସର ଡା. ତାପସ କୁମାର ପାଣିଗ୍ରାହୀଙ୍କୁ ସୁନ୍ଦରଗଡ଼ ମେଡିକାଲ କଲେଜକୁ ବଦଳି କରାଯାଇଛି।

ସୂଚନାଯୋଗ୍ୟ, ଏସ୍‌ସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲର ଜରୁରୀକାଳୀନ ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟି ୧୩ଜଣଙ୍କ ଜୀବନ ଯାଇଥିଲା। ଏହି ଘଟଣାରେ ପ୍ରାଥମିକ ପର୍ୟ୍ୟାୟରେ ସରକାର ୩ଜଣ ଆଗ୍ନିକ ଅଧିକାରୀ ଓ ବିଦ୍ୟୁତ୍‌ ବିଭାଗର ଜଣେ ଅଧିକାରୀଙ୍କ ସମେତ ମୋଟ ୪ଜଣଙ୍କୁ ନିଲମ୍ବିତ କରିଛନ୍ତି। ଘଟଣାର ଜିଲା ଜଜ୍‌ ଲକ୍ଷ୍ମୀଧର ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ ଚାଲିଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ