ଆଜି ରଥକାଠ ଚିରଟର ଶୁଭ ଅନୁକୂଳ

ପୁରୀ: ଆଜି ଶ୍ରୀରାମ ନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ, ମହାପ୍ରସାଦ ନେଇ ଏକ ଟିମ୍ କଟକ ଅଭିମୁଖେ ଯାତ୍ରା କରିବେ। କଟକ ଖପୁରିଆସ୍ଥିତ ସ’ ମିଲରେ ମାଳ ମହାପ୍ରସାଦ ଲାଗି ପରେ ରଥକାଠ ଚିରଟ ଆରମ୍ଭ ହେବ। ଭାରପ୍ରାପ୍ତ ବରିଷ୍ଠ ତତ୍ତ୍ବାବଧାରକ ଚିତ୍ତରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଚିରଟ ପ୍ରକ୍ରିୟା ଅନୁକୂଳ କରିବେ। ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀଙ୍କ ସମେତ ତିନି ରଥର ମୁଖ୍ୟ ମହାରଣା, ଅମିନ, ଭୋଇ ସର୍ଦାର ଉପସ୍ଥିତ ରହିବେ। ତିନିଟି ଧଉରା କାଠକୁ ଚିରଟ କରାଯିବ। ଆସନ୍ତା ଏପ୍ରିଲ ୨୦ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବା ପରମ୍ପରା ରହିଛି।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ