ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ

ଭୁବନେଶ୍ୱର: ଖରାଛୁଟି ପୂର୍ବରୁ ସମସ୍ତ ସରକାରୀ ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ ଏହି ନିର୍ଦ୍ଦେଶ ଦେଇଛି । ବିଭାଗର କମିଶନର ତଥା ସଚିବ ଏନ. ତିରୁମାଲା ନାଏକ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ଯେ ୨୦୨୬-୨୭ ଶିକ୍ଷାବର୍ଷ ଆରମ୍ଭ ହୋଇସାରିଛି । ଛାତ୍ରଛାତ୍ରୀମାନେ ସ୍କୁଲକୁ ଯାଉଛନ୍ତି । ହେଲେ ଏପର୍ୟ୍ୟନ୍ତ ରାଜ୍ୟର ଅନେକ ସ୍କୁଲରେ ୟୁନିଫର୍ମ ମିଳିନି ।

ଗତବର୍ଷ ମଧ୍ୟ ସମାନ ସ୍ଥିତି ଉପୁଜିଥିଲା । ତେଣୁ ଏଦିଗରେ ତତ୍ପର ହୋଇ କାମ କରିବାକୁ ପଡ଼ିବ । ଖରାଛୁଟି ହେବା ପୂର୍ବରୁ ୟୁନିଫର୍ମ ବଣ୍ଟନ ସାରିବାକୁ ହେବ । ଏଥିପାଇଁ ଆଗୁଆ ଯୋଜନା, ଛାତ୍ରଛାତ୍ରୀମାନଙ୍କ ତଥ୍ୟ, ପୋଷାକର ଗୁଣାବତ୍ତା, ସମନ୍ୱୟ, ବଣ୍ଟନରେ ଆସୁଥିବା ଅଭିଯୋଗର ସମାଧାନ ତଥା ସ୍ୱଚ୍ଛତା ପାଳନ କରିବାକୁ କୁହାଯାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ