ଇଭି ଶୋ’ ରୁମରେ ଭୟାବହ ଅଗ୍ନିକାଣ୍ଡ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ରେଡ୍ଡୀ ଗ୍ୟାରେଜ ଛକ ନିକଟରେ ଥିବା ଇଭି ଶୋ’ ରୁମରେ ଭୟାବହ ଅଗ୍ନିକାଣ୍ଡ। ନିଆଁ ଲାଗି ଜଳିଗଲା ଏକାଧିକ ଗାଡ଼ି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି।

ଆଜି ସକାଳେ ଇଭି ଶୋ’ ରୁମରେ ହଠାତ୍ ନିଆଁ ଲାଗିଯାଇଥିଲା। ଶୋ’ ରୁମରୁ ଧୂଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ଇଭି ଶୋ’ ରୁମର ମାଲିକଙ୍କୁ ଖବର ଦେବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ୨ଟି ଅଗ୍ନିଶମ ବାହିନୀ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି।ଦୁଇ ମହଲା କୋଠାରେ ଇଭି ଶୋ’ ରୁମ କରାଯାଇଥିଲା। ନିଆଁ ଲାଗିବା ପରେ ତଳ ମହଲାରୁ ଗାଡ଼ି ଗୁଡ଼ିକ ବାହାର କରି ଦିଆଯାଇଥିବା ବେଳେ ଉପର ମହଲାରେ ଗାଡ଼ି ଗୁଡ଼ିକ ରହିଛି। ପ୍ରବଳ ଧୂଆଁ ବାହାରୁଥିବା ହେତୁ ଦ୍ୱିତୀୟ ମହଲାକୁ ଯିବା ସମ୍ଭବପର ହେଉ ନାହିଁ। ସର୍ଟସର୍କିଟରୁ ଶୋ’ ରୁମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ