ଦିନବେଳା ପ୍ରଚଣ୍ଡ ଖରା, ଅପରାହ୍ନରୁତାଣ୍ଡବ ରଚୁଛି କାଳବୈଶାଖୀ

ଭୁବନେଶ୍ୱର: ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ ପରିବର୍ତ୍ତନ ପ୍ରଭାବରେ ଏପ୍ରିଲ ୩ ଯାଏ ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ଓ କୁଆପଥର ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ରବିବାର ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ ଜାରି ହୋଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଜିଲାରେ ବର୍ଷା ସମୟରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଦିଆଯାଇଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କୋରାପୁଟ ଏବଂ ମାଲକାନଗିରି ଜିଲାରେ ବର୍ଷା ସମୟରେ ୩୦ରୁ ୪୦ କି.ମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସୋମବାର ୧୯ ଜିଲାକୁ ଓ ମଙ୍ଗଳବାର ୨୫ଟି ଜିଲାକୁ ୟେଲୋ ଓ୍ୱାର୍ନିଂ ଦିଆଯାଇଛି।

ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲା ଚକାପାଦରେ ସର୍ୱାଧିକ ୩୪.୨ ମି.ମି. ବର୍ଷା ହୋଇଛି। ଟିକାବାଲିରେ ୩୨ ମି.ମି., ମୟୂରଭଞ୍ଜ ଜିଲା କରଞ୍ଜିଆରେ ୩୦ ମି.ମି., ନଓ୍ୱନରେ ୨୩.୨ ମି.ମି. ଓ ସୁକ୍ରୁଲିରେ ୨୧.୫ ମି.ମି., ଗଜପତି ଜିଲା ନୂଆଗଡ଼ରେ ୨୫ ମି.ମି., ଗଞ୍ଜାମ ଚିକିଟିରେ ୨୨.୬ ମି.ମି., କନ୍ଧମାଳ କଳିଙ୍ଗରେ ୨୨ ମି.ମି., କେନ୍ଦୁଝର ତେଲକୋଇରେ ୨୧.୮ ମି.ମି., ଅନୁଗୋଳ ଆଠମଲ୍ଲିକରେ ୨୦.୩ ମି.ମି. ବର୍ଷା ରେକର୍ଡ ହୋଇଛି।
ଅନ୍ୟପକ୍ଷରେ ଶନିବାର ୨୨ଟି ସ୍ଥାନର ତାପମାତ୍ରା ୩୫ ଡିଗ୍ରୀ ଓ ତା’ଠାରୁ ଅଧିକ ରହିଥିଲା। ତାଳଚେର ଏବଂ ଭବାନୀପାଟଣାରେ ସର୍ୱାଧିକ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଝାରସୁଗୁଡାରେ ୩୮.୨ ଡିଗ୍ରୀ, ସୋନପୁର ୩୮.୨ ଡିଗ୍ରୀ, ବଲାଙ୍ଗୀର ୩୮ ଡିଗ୍ରୀ, ଅନୁଗୋଳ ୩୬.୭ ଡିଗ୍ରୀ, ବରଗଡ଼ ୩୬.୬ ଡିଗ୍ରୀ, ନୟାଗଡ଼ ୩୬.୫ ଡିଗ୍ରୀ, ନୂଆପଡା ୩୬.୫ ଡିଗ୍ରୀ, ହୀରାକୁଦ ୩୬.୪ ଡିଗ୍ରୀ, ସମ୍ୱଲପୁର ୩୬.୪ ଡିଗ୍ରୀ, ରାଉରକେଲା ୩୬.୨ ଡିଗ୍ରୀ, ଢେଙ୍କାନାଳ ୩୬.୧ ଡିଗ୍ରୀ, ପାରଳାଖେମୁଣ୍ଡି ଓ ନବରଙ୍ଗପୁରରେ ୩୬ ଡିଗ୍ରୀ ରହିଥିଲା।

  • Related Posts

    ହାଇକୋର୍ଟ ଗେଟ୍ ଆଗରେ ୩୪ ପୋଡି ପାଉଁଶ

    କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…

    Continue reading
    ଶ୍ଵାସରୁଦ୍ଧ ହୋଇ ୨ ମୃତ

    ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ