ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା

ହରିୟାଣାର ଗୁରୁଗ୍ରାମ ସ୍ଥିତ CRPF ଠାରେ ଅନୁଷ୍ଠିତ ୨୬ତମ ସର୍ବଭାରତୀୟ ପୋଲିସ ସୁଟିଂ (AIPDM) ପ୍ରତିଯୋଗିତାରେ ଓଡ଼ିଶା ପୋଲିସ ଅଭୁତପୁର୍ବ ସଫଳତା ହାସଲ ପ କରିଛି । ଦେଶର ବିଭିନ୍ନ ରାଜ୍ୟ ପୋଲିସ ବାହିନୀ ମାନଙ୍କ ମଧ୍ୟରେ ଓଡ଼ିଶା ପୋଲିସ ଦ୍ୱିତୀୟ ସ୍ଥାନ ଅଧିକାର କରି ରାଜ୍ୟ ପାଇଁ ଗୌରବ ଆଣିଛି।

ସୂଚନା ଯୋଗ୍ୟ ଯେ, ମାର୍ଚ୍ଚ ୨୨ ରୁ ୩୦ ପର୍ଯ୍ୟନ୍ତ ଚାଲିଥିବା ଏହି ପ୍ରତିଯୋଗିତାରେ ଓଡ଼ିଶା ପୋଲିସ ରାଇଫଲ ସୁଟିଂ (୭୪୩ ପଏଣ୍ଟ), ପିସ୍ତଲ ସୁଟିଂ (୫୩୧ ପଏଣ୍ଟ )ଏବଂ କାରବାଇନ ସୁଟିଂରେ (୩୨୭ ପଏଣ୍ଟ) ସର୍ବମୋଟ ୧୬୦୧ ପଏଣ୍ଟ ପାଇ ରାଜ୍ୟ ପୋଲିସ ବାହିନୀ ମାନଙ୍କ ମଧ୍ୟରେ ଓଡିଶା ପୋଲିସ ଟିମ ଦ୍ୱିତୀୟ ସ୍ଥାନ ଅଧିକାର କରିଛି।

ଉଲ୍ଲେଖ ଯୋଗ୍ୟ ଯେ, ଏହି ପ୍ରତିଯୋଗିତାରେ ଓଡ଼ିଶା ପୋଲିସର ସୁଟର ଅକ୍ଷୟ କୁମାର ସାହାଣୀ (S/131) ୩୦୦ ୟାର୍ଡ ସ୍ନାପ୍ (300 yards snap) ବିଭାଗରେ ଦ୍ୱିତୀୟ ସ୍ଥାନ ହାସଲ କରି ରୌପ୍ୟ ପଦକ ଜିତିଛନ୍ତି। ଶ୍ରୀ ସାହାଣୀ ବର୍ତ୍ତମାନ ଏସଏସବିଏନ (SSBN), ଭୁବନେଶ୍ୱର ଠାରେ କାର୍ଯ୍ୟରତ ଅଛନ୍ତି।

ଏହି ଅବସରରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଓଡ଼ିଶା ପୋଲିସ ଟିମ୍ ଏବଂ ପଦକ ବିଜେତା ଅକ୍ଷୟ କୁମାର ସାହାଣୀ ଓ ଡେପୁଟି କମାଣ୍ଡାଣ୍ଟ,ଟିମ ମ୍ୟାନେଜର ତଥା କୋଚ ଏମ. ଏସ. ଏ ଫରିଦଙ୍କୁ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

  • Related Posts

    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading
    ଆଜି ରାଜସ୍ଥାନକୁ ଭେଟିବ ଚେନ୍ନଇ

    ଗୁଆହାଟୀ: ଆଇପିଏଲର ୧୯ତମ ସଂସ୍କରଣର ସୋମବାର ତୃତୀୟ ମ୍ୟାଚ ଗୁଆହାଟୀର ଆସାମ କ୍ରିକେଟ ଆସୋସିଏସନ ଗ୍ରାଉଣ୍ଡ​‌ରେ ଦୁଇ ପୂର୍ବତନ ଚମ୍ପିଆନ ରାଜସ୍ଥାନ ରୟାଲ୍‌ସ ଓ ଚେନ୍ନଇ ସୁପରକିଙ୍ଗ୍‌ସ ମୁହାଁମୁହିଁ ହେବେ। ୧୧ ବର୍ଷ ଧରି ରାଜସ୍ଥାନ ରୟାଲ୍‌ସରୁ ଖେଳି ଆସୁଥିବା ସଞ୍ଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ