ଭିଜିଲାନ୍ସ ଚଢାଉ: ଧରାପଡିଲେ ଗ୍ରାମରକ୍ଷୀ

କଳାହାଣ୍ଡି: ଏକ ମାମଲା ରଫାଦଫା ପାଇଁ ୩,୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌ । ଧରା ପଡିଲେ ଗ୍ରାମରକ୍ଷୀ ଶ୍ରୀମୁଖ ବାଗ । ହେଲେ ଖସିଗଲେ ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ । କଳାହାଣ୍ଡି ଜିଲ୍ଲାରେ ଏଭଳି ଘଟଣା ଘଟିଛି ।

ଏକ ମାମଲା ରଫାଦଫା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ଗୋଇରାପଦର ଗାଁର ପ୍ରଭା ପୁଝାରିଙ୍କୁ ୩,୫୦୦ ଟଙ୍କା ଲାଞ୍ଚ ମାଗିଥିଲେ ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ । ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସ ଟିମ୍‌କୁ ଜଣାଇଥିଲେ । ଟଙ୍କା ନେବା ପୂର୍ବରୁ ଭିଜିଲାନ୍ସ ଟିମ୍‌ ଉକ୍ତ ସ୍ଥାନରେ ଛକି ବସିଥିଲା । ରଙ୍ଗ ବୋଳା ଟଙ୍କା ନେବା ମାତ୍ରେ ଅତର୍କିତ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍‌ । ଚଢାଉ କରିବା ବେଳେ ଗ୍ରାମରକ୍ଷୀ ଶ୍ରୀମୁଖ ବାଗ ଧରା ପଡ଼ିଥିଲେ । ହେଲେ ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ଏଏସ୍‌ଆଇଙ୍କୁ ଧରିବା ପାଇଁ ଭିଜିଲାନ୍ସ ଟିମ୍‌ ଉଦ୍ୟମ ଜାରି ରଖିଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ