ମନ୍ଦିରରେ ଦଳାଚକଟା ; ୮ ମୃତ

ପାଟନା : ବିହାରର ନାଳନ୍ଦା ଜିଲାର ଶୀତଳା ମାତା ମନ୍ଦିରରେ ଦଳାଚକଟା ହୋଇ ମଙ୍ଗଳବାର ବଡ ଅଘଟଣ ଘଟିଛି। ଏଯାଏଁ ପ୍ରାୟ ୮ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ମଧ୍ୟ ହୋଇଛନ୍ତି। ଖବର ପାଇ ପୁଲିସ ଏବଂ ପ୍ରଶାସନିକ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି, ମନ୍ଦିର ପରିସରକୁ ଖାଲି କରାଯାଉଛି। ଦୀପନଗର ଅଞ୍ଚଳରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ଏକ ମେଳା ଏବଂ ପୂଜା-ଦର୍ଶନ ସମୟରେ ଦଳାଚକଟା ହେବା ପରେ ଏହି ଅଘଟଣ ଘଟିଛି।
ସୂଚନା ଅନୁଯାୟୀ ଆଜି ଚୈତ୍ର ମାସର ଶେଷ ମଙ୍ଗଳବାର। ଏହି ଅବସରରେ ଶୀତଳା ମାତା ମନ୍ଦିରରେ ଲୋକଙ୍କ ଭିଡ଼ ଜମିଥିଲା। ସେଠାରେ ଅନୁଷ୍ଠିତ ମେଳା ଏବଂ ଦର୍ଶନ ପାଇଁ ସଠିକ୍ ବ୍ୟବସ୍ଥା ନହେବା ସହ ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ଭକ୍ତମାନଙ୍କ ପୂଜା ପାଇଁ ଧାଡି ବ୍ୟବସ୍ଥା ହୋଇନଥିବା ଅଭିଯୋଗ ହୋଇଛି। ଫଳରେ ଦର୍ଶନ ପାଇଁ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଅଘଟଣ ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଛି।

  • Related Posts

    ବନ୍ଦେ ଭାରତ ଟ୍ରେନରେ ଗଲା ଜୀବନ୍ତ ମାନବ ହୃତପିଣ୍ଡ

    ଅହମ୍ମଦାବାଦ: ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଏକ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ କରାଯାଇଛି । ଅଙ୍ଗ ପ୍ରତିରୋପଣ ଏବଂ ଜରୁରୀକାଳୀନ ଚିକିତ୍ସା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବା ସହ…

    Continue reading
    ପେରୁରେ ପ୍ଲେନ୍ କ୍ରାସ୍‌, ୧୩ ମୃତ

    ନୂଆଦିଲ୍ଲୀ: ଭୟଙ୍କର ବିମାନ ଦୁର୍ଘଟଣା । ମଝି ଆକାଶରୁ ଖସି ପଡିଲା ପ୍ଲେନ୍ । ହୁତୁ ହୁତ ହୋଇ ଜଳିଲା । ଚାଲିଗଲା ୧୩ ଜୀବନ । ପେରୁର ଦକ୍ଷଣ ଅଞ୍ଚଳ ନାଜକା ସହରରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ