ଗୋଟିଏ ଘରୁ ୪ ସଦସ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମୁଜାଫରନଗର ଜିଲ୍ଲାରେ ଲୋମ ଟାଙ୍କୁରା ଘଟଣା ଘଟିଛି। ସିବିଲ ଲାଇନ୍ ଥାନା ସରବଟ ମଦନୀଆ କଲୋନୀରେ ଗୋଟିଏ ଘରୁ ୪ ସଦସ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ହେଲେ ଇରସାଦ(୩୨), ତାଙ୍କ ପତ୍ନୀ ନୁରିନ୍ (୨୮), ୨ ବର୍ଷର ପୁଅ ଆହିଲ ଏବଂ ୧ ମାସର ଝିଅ ଅକ୍ଷ। ସ୍ଥାନୀୟ ପୁଲିସର କହିବାନୁଯାୟୀ ଇରସାଦ ଜଣେ ରଙ୍ଗ ମିସ୍ତ୍ରୀ ଥିଲେ। ସରବଟ ମଦନୀଆ କଲୋନୀରେ ସେ ନିଜ ପରିବାର ଲୋକଙ୍କ ସହ ରହୁଥିଲେ। ଗତକାଲି ଯେତେବେ​‌ଳେ ଦୀର୍ଘ ସମୟ ଧରି କେହି ଘର କବାଟ ଖୋଲିନଥିଲେ।

ସେତେବେଳେ ଇରସାଦଙ୍କ ଭାଇ ନୌଶାଦ ସେଠାରେ ପହଞ୍ଚିଥିଲେ। ଏବଂ କବାଟ ଭାଙ୍ଗି ଦେଖିଲା ବେଳକୁ ଝୁଲନ୍ତା ଅବସ୍ଥାରେ ୪ ଜଣଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଏ ନେଇ ସେ ପୁଲିସ୍‌ କୁ ଖବର ଦେଇଥିଲେ। ପରେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଇରସାଦଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ପାଇଥିବାବେଳେ ପତ୍ନୀ, ଏବଂ ଦୁଇ ଶିଶୁଙ୍କୁ ମୃତ ଅବସ୍ଥାରେ ବିଛଣାରେ ପଡିଥିବା ଦେଖିବାକୁ ପାଇଥିଲା। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ଜେୱର ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ

    ନୋଇଡା: ଉତ୍ତର ପ୍ରଦେଶର ଜେୱରଠାରେ ନିର୍ମାଣାଧୀନ ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ କରିବା ପ୍ରସ୍ତାବକୁ ଉତ୍ତର ପ୍ରଦେଶ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଲକ୍ଷ୍ନୌଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି…

    Continue reading
    ସିଜେପି ବିକ୍ଷୋଭ ପାଇଁ ମେଟ୍ରୋ କଟକଣା, ଟ୍ରେନ୍ ବାତିଲ

    ନୂଆଦିଲ୍ଲୀ: ଶନିବାର କଂଗ୍ରେସ-ସମର୍ଥିତ ବା ଅନ୍ୟାନ୍ୟ ଦଳ/ସଂଗଠନ ‘କୋକରୋଚ୍ ଜନତା ପାର୍ଟି’ (ସିଜେପି) ପକ୍ଷରୁ ଜନ୍ତର ମନ୍ତରରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନକୁ ନଜରରେ ରଖି ରାଜଧାନୀ ଦିଲ୍ଲୀରେ କଡ଼ା ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ