୩ ବର୍ଷରେ ଅନ୍ୟଦଳକୁ ଭୁଲିଯିବେ: ପୃଥ୍ୱୀରାଜ

ଭୁବନେଶ୍ୱର: ୫ ବର୍ଷ ନୁହେଁ, ମାତ୍ର ୩ ବର୍ଷରେ ଜନସାଧାରଣ ଅନ୍ୟ ଦଳକୁ ଭୁଲିଯିବେ । ବିଭିନ୍ନ ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗୁରୁବାର ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେବା ପରେ ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ ମନ୍ତ୍ରୀମାନଙ୍କୁ ଜିଲ୍ଲା ଦାୟିତ୍ୱ ଦେବାଦ୍ୱାରା ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ଓ କ୍ରିୟାନ୍ୱୟନ ହେବ । ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରାଯିବ । ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ଓ ଉତ୍ତମ ଶାସନ ବ୍ୟବସ୍ଥା ପ୍ରଚଳନ ହେବ । ସରକାରଙ୍କ ଦିଶା କ’ଣ, ଉଦେ୍ଧଶ୍ୟ କ’ଣ ତାହା ବିରୋଧୀ ଦେଖିବାକୁ ପାଇବେ । ଏଭଳି ରାସ୍ତାରେ ଗଭର୍ଣ୍ଣାସକୁ ନେବାକୁ ଚାହୁଁଛୁ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ।

ପ୍ରକାଶ ଯେ ଏଣିକି ମନ୍ତ୍ରୀମାନେ ଜିଲ୍ଲା କଥା ବୁଝିବେ । ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ୟ୍ୟକୁ ଆଗେଇ ନେବା ଓ ଲୋକଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ନିଜ ମନ୍ତ୍ରିପରିଷଦ ସହଯୋଗୀଙ୍କୁ ଦାୟିତ୍ୱ ବାଂଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଭାବେ ନାମିତ କରାଯାଇ ସେମାନଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ୧୩ଜଣ ମନ୍ତ୍ରୀଙ୍କୁ ମୋଟ ୩୦ଟି ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ କରିଛନ୍ତି ।
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।ସେହିପରି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ସୁନ୍ଦରଗଡ଼ ଓ ଦେବଗଡ଼, ରବିନାରାୟଣ ନାଏକଙ୍କୁ ସୋନପୁର ଓ ବଲାଙ୍ଗୀର, ନିତ୍ୟାନନ୍ଦ ଗଣ୍ଡଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର, କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଅନୁଗୁଳ ଓ ସମ୍ବଲପୁର, ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଗଞ୍ଜାମ ଓ ଗଜପତି, ମୁକେଶ ମହାଲିଙ୍ଗଙ୍କୁ ଝାରସୁଗୁଡ଼ା ଓ ବରଗଡ଼, ବିଭୂତିଭୂଷଣ ଜେନାଙ୍କୁ ନବରଙ୍ଗପୁର ଓ ରାୟଗଡ଼ା, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ କନ୍ଧମାଳ ଓ ବୌଦ୍ଧ, ଗଣେଶରାମ ସିଂ ଖୁଂଟିଆଙ୍କୁ କଳାହାଣ୍ଡି ଓ ନୂଆପଡ଼ା,ସୂର୍ୟ୍ୟବଂଶୀ ସୂରଜଙ୍କୁ ଯାଜପୁର ଓ କେନ୍ଦ୍ରାପଡ଼ା, ପ୍ରଦୀପ ବଳ ସାମନ୍ତଙ୍କୁ ଖୋର୍ଦ୍ଧା ଓ ନୟାଗଡ଼, ଗୋକୁଳାନନ୍ଦ ମଲ୍ଲିକଙ୍କୁ କୋରାପୁଟ ଓ ମାଲକାନଗିରି, ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଢେଙ୍କାନାଳ ଓ ପୁରୀ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ନ୍ୟସ୍ତ ହୋଇଛି ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ