ବିଜେଡି ସୁପ୍ରିମୋଙ୍କ ଉତ୍କଳ ଦିବସ ଶୁଭେଚ୍ଛା

ଭୁବନେଶ୍ୱର: ବିଜେଡି ଦଳ ସଭାପତି ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ X ପୋଷ୍ଟରେ ଲେଖିଛନ୍ତି,” ‘ଓଡ଼ିଶା ଦିବସ’ କେବଳ ଏକ ଉତ୍ସବ ନୁହେଁ, ଏହା ହେଉଛି ଆବେଗ। ପ୍ରତିଟି ଓଡ଼ିଆଙ୍କ ସ୍ୱାଭିମାନ ଓ ପ୍ରଗତିର ପରିଚୟ। ଭାଷା ଭିତ୍ତିରେ ଦେଶର ପ୍ରଥମ ରାଜ୍ୟ ଭାବେ ଆଜିର ଦିନରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ଏହି ଅବସରରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ଆସନ୍ତୁ ସମସ୍ତେ ଆମ ମାତୃଭାଷାର ଗୌରବକୁ ବଜାୟ ରଖି, ସଭିଙ୍କୁ ସାଥିରେ ନେଇ ବିକାଶର ସବୁ କ୍ଷେତ୍ରରେ ଆଗକୁ ବଢ଼ିବା ।”

ଆଜି ଉତ୍କଳ ଦିବସ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ୯୦ ବର୍ଷ ପୁରଣ ହୋଇଛି । ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ଆଜି ଓଡ଼ିଶା ମାନ୍ୟତା ହାସଲ କରିଥିଲା । ଏହି ସଫଳତା ପଛରେ ନିଜର ବଳିଦାନ ଦେଇଥିବା ବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ତାଙ୍କ ମହାନତାକୁ ନତମସ୍ତକ ପ୍ରଣାମ । ଚଳିତବର୍ଷ ଉତ୍କଳ ଦିବସ ଅବସରରେ ଆଜିଠାରୁ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ୟ୍ୟନ୍ତ ୧୫ ଦିନ ଧରି ‘ଓଡ଼ିଆ ପକ୍ଷ’ ଭାବେ ଧୁମ୍‌ଧାମ୍‌ରେ ପାଳନ କରାଯିବ ।
ରାଜ୍ୟ ପାଇଁ ଆଜି ଏକ ଗରିମାମୟ ଦିବସ । ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟରେ ନିଜ ଭାଷା, ରାଜ୍ୟ, ଐତିହ୍ୟ, ଇତିହାସକୁ ନେଇ ଗର୍ବ ଅନୁଭବ କରିଥାନ୍ତି । ଦେଶର ବହୁ ଉଚ୍ଚ ପଦପଦବୀରେ ଏବେ ଓଡ଼ିଆମାନେ ରହି ଦେଶର ପ୍ରଗତିରେ ଅସୀମ ଯୋଗଦାନ ଦେଉଛନ୍ତି । ଆଜି ଓଡ଼ିଶା ସହିତ ଓଡ଼ିଆ ଭାଷାଭାଷୀ ଲୋକଙ୍କ ପାଇଁ ଏକ ଗର୍ବର ଦିନ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ