୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଢ଼ି ତୋଳିବା : ମନମୋହନ ସାମଲ

ଭୁବନେଶ୍ୱର: ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସର ଏକ ଅବିସ୍ମରଣୀୟ ଦିନ । ଏହା ସବୁ ଓଡ଼ିଆଙ୍କ ପାଇଁ ପ୍ରେରଣା ଓ ସ୍ୱାଭିମାନର ଦିନ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପରି ଅନେକ ସ୍ୱାଧୀନତା ସଂଗ୍ରାମୀଙ୍କ ସଂଘର୍ଷ ଯୋଗୁ ଓଡ଼ିଆ ଭାଷାର ସୁରକ୍ଷା ହେବା ସହ ସ୍ୱତନ୍ତ୍ର ଓଡିଶା ଗଠନ ସମ୍ଭବ ହୋଇଥିଲା । ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ୨୦୩୬ ମସିହାରେ ସମୃଦ୍ଧ ଓଡ଼ିଶା ଗଢ଼ିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯେଉଁ ସମ୍ଭାବନା ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ ସମସ୍ତଙ୍କୁ ସଂକଳ୍ପ ନେବାକୁ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।
ଓଡ଼ିଶା ଦିବସ ପାଳନ ଅବସରରେ ଭୁବନେଶ୍ୱରଠାରେ ଓଡ଼ିଶାର ମହାନ ବରପୁତ୍ରମାନଙ୍କ ପ୍ରତିମୂର୍ତିରେ ପୁଷ୍ପାଞ୍ଜଳି ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ସାମଲ କହିଛନ୍ତି ଯେ, ବିକଶିତ ଭାରତ ଗଠନରେ ଓଡ଼ିଶାର ସର୍ବାଧିକ ଯୋଗଦାନ ରହିବ । ଓଡ଼ିଶାରେ ଥିବା ଅପାର ସମ୍ଭାବନାର ସମ୍ପୂର୍ଣ୍ଣ ବିନିଯୋଗ ଯେପରି କରାଯାଇପାରିବ, ସେନେଇ ବିଜେପି ସରକାର ସଂକଳ୍ପବଦ୍ଧ । ଏଠାକାର ମାନବ ସମ୍ବଳଠାରୁ ଆରମ୍ଭ କରି ଜଳସମ୍ପଦ, ଖଣିଜସମ୍ପଦର ସଦୁପଯୋଗ କରି ଓଡ଼ିଶାକୁ ଦେଶର ୧ ନମ୍ବର ରାଜ୍ୟଭାବେ ଗଢ଼ି ତୋଳିବା ପାଇଁ ଡବଲଇଞ୍ଜିନ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ସାମଲ କହିବା ସହ ଓଡ଼ିଶା ଦିବସ ଉପଲକ୍ଷେ ସାଢ଼େ ୪କୋଟି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲି, ରାଜ୍ୟ ସମ୍ପାଦକ ସରୋଜ କର, ଭୁବନେଶ୍ୱର ଜିଲ୍ଲା ସଭାପତି ନିରଞ୍ଜନ ମିଶ୍ର ଓ ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

  • Related Posts

    ଦୀର୍ଘ ଓ ଅଧିକ ଅର୍ଥପୂର୍ଣ୍ଣ ପଥ ବାଛିବାକୁ ‘ଜେନ୍‌ ଜି’ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ‘ଜେନ୍‌ ଜି’ଙ୍କୁ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭବିଷ୍ୟତରେ ଆମକୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରି ଲକ୍ଷ ଲକ୍ଷ ଯୁବକଙ୍କ ଆବଶ୍ୟକତା ଅଛି। ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇ କହିଛନ୍ତି…

    Continue reading
    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ