ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ଗୁରୁବାର ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସକାଳେ ଇଣ୍ଡୋନେସିଆର ଉତ୍ତର ମାଲୁକୁ ପ୍ରଦେଶରେ ଏହି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ଥିଲା। ଯୁକ୍ତରାଷ୍ଟ୍ର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଟେର୍ନେଟ୍ ନିକଟସ୍ଥ ଉତ୍ତର ମାଲୁକୁ ସାଗରରେ ଥିଲା ଏବଂ ଏହାର ଶକ୍ତିଶାଳୀ ତରଙ୍ଗ ପୃଥିବୀ ପୃଷ୍ଠ ତଳେ ୧୦ କିଲୋମିଟର ଗଭୀରତାରୁ ଉତ୍ପନ୍ନ ହୋଇଥିଲା।
ଇଣ୍ଡୋନେସିଆରେ ଭୂକମ୍ପର ଝଟକା ଭୟଙ୍କର ହୋଇପାରେ ବୋଲି ଆଶଙ୍କା କରି ଭୂକମ୍ପବିଜ୍ଞାନୀମାନେ ସୁନାମିର ସମ୍ଭାବନା ସମ୍ପର୍କରେ ସତର୍କ କରାଇଛନ୍ତି। ରିପୋର୍ଟ ଅନୁଯାୟୀ ଭୂମିକମ୍ପ ଏତେ ତୀବ୍ର ଥିଲା ଯେ ଏହା ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଥିଲା। ଲୋକେ ଚିତ୍କାର କରିବା ସହ ଏଣେତେଣେ ଦୌଡିବାକୁ ଲାଗିଥିଲେ। ସରକାର ନାଗରିକମାନଙ୍କୁ ଉଚ୍ଚ ଭୂମିକୁ ଯିବାକୁ ପରାମର୍ଶ ଦେଇଛନ୍ତି ଏବଂ ଉପକୂଳ ଅଞ୍ଚଳଗୁଡ଼ିକୁ ଖାଲି କରିବାକୁ ନିର୍ଦ୍ଦେଶ ମଧ୍ୟ ଜାରି କରିଛନ୍ତି। ସାରା ଦେଶରେ ରିଲିଫ୍ ଏବଂ ଉଦ୍ଧାରକାରୀ ଦଳଙ୍କୁ ନିୟୋଜିତ କରାଯାଇଛି।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ