ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ କୋହଳ ଥିବା ବେଳେ ୨ ତାରିଖରୁ ଅର୍ଥାତ ଆଜିଠାରୁ ଜୋରାଦାର ହେବ ଯାଞ୍ଚ । ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ନିର୍ଦ୍ଦେଶରେ ସଡ଼କ ସୁରକ୍ଷାକୁ ନେଇ ଜାରି ରହିଥିବା ବିଶେଷ ଅଭିଯାନକୁ ଏପ୍ରିଲ ୧୦ ଯାଏଁ ବୃଦ୍ଧି କରାଯାଇଛି । ମାର୍ଚ୍ଚ ୨୧ରୁ ଏହି ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏପ୍ରିଲ ୧୦ ଯାଏଁ ଚାଲିବ । ସଡ଼କ ଦୁର୍ଘଟଣା ହ୍ରାସ ଲକ୍ଷ୍ୟରେ ଚାଲିଥିବା ଏହି ଅଭିଯାନରେ ରାଜ୍ୟବ୍ୟାପୀ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି । ଏହା ସହ ଅମାନିଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ ପାଇଁ ଏନଫୋର୍ସମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଇଛି ।

ପୂର୍ବରୁ ଦିଆଯାଇଥିବା ମାର୍ଚ୍ଚ ୩୧ ସମୟସୀମା ଶେଷ ହୋଇଥିବାରୁ, ଏପ୍ରିଲ ୨ ଠାରୁ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଦ୍ୱାରା ଯାଞ୍ଚ ଆରମ୍ଭ ହୋଇଛି । ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା କରାଯାଉଛି । ସୂଚନାଯୋଗ୍ୟ ଯେ, ପରିବହନ ବିଭାଗ ଏହି ଜୋରିମାନା କମାଇବା ପାଇଁ ପ୍ରସ୍ତାବ ଦେଇଛି, କିନ୍ତୁ ବର୍ତ୍ତମାନ ପୁରୁଣା ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ଚାଲିଛି । ପେଟ୍ରୋଲ ପମ୍ପଗୁଡ଼ିକରେ ଷ୍ଟିକର ଦେଖାଇବା ପରେ ହିଁ ଗାଡ଼ିରେ ତେଲ ପକାଇବା ପାଇଁ ନିର୍ଦ୍ଦେଶ ରହିଛି ।ପରିବହନ ବିଭାଗ ପକ୍ଷରୁ ମାଗଣାରେ ଗ୍ରୀନ୍ ଷ୍ଟିକର୍ ଦିଆଯାଉଛି, ଯାହା ଗାଡ଼ିର କାଚରେ ଲଗାଇବାକୁ ପରାମର୍ଶ ଦିଆଯାଇଛି । ଯାଞ୍ଚ ଭୟରେ ଭୁବନେଶ୍ୱରର ବିଭିନ୍ନ ପ୍ରଦୂଷଣ ଯାଞ୍ଚ କେନ୍ଦ୍ରଗୁଡ଼ିକରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି ।
ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି । ‎ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ । ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ‎ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ମୋଟର ଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ।
ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି । ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଙ୍ଘନ ‎କରୁଛନ୍ତି । ଯାହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି ।
ତେବେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବାର ଦୃଷ୍ଟିକୁ ଆସିବାରୁ ଜନସାଧାରଣଙ୍କ ସୁବିଧା ପାଇଁ ‎କୋହଳ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଯାହାକି PUCC ଅବଧି ସୀମା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ ସରକାର । କିନ୍ତୁ ଆଜିଠୁ PUCC ନଥିଲେ ଆଉ ନିସ୍ତାର ନାହିଁ ।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ