ମେ’ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ

କଟକ: ନିର୍ଭୁଲ ଏବଂ ବିନା ଦ୍ବନ୍ଦ୍ବରେ ମାଟ୍ରିକ୍ ଖାତା ଦେଖା ଶେଷ ହେବାକୁ ଯାଉଛି। ସନ୍ଧ୍ୟା ୫ ସଦ୍ଧା ଖାତା ଦେଖା ସରିବା ନେଇ ସ୍ପଷ୍ଟ ସୂଚନା ମିଳିବ । ଏହା ପରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଁ ଦ୍ବିତୀୟ ପ୍ରକ୍ରିୟା ଆରମ୍ଭ ହେବ । ଏଥର ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଁ ଲକ୍ଷ୍ୟ ରହିଛି। ମାଟ୍ରିକ୍ ରେଜଲ୍ଟ ଟାବୁଲେସନ୍ ପାଇଁ ଏକ ମାସ ଲକ୍ଷ୍ୟ ରହିଛି । ସେହିପରି ମାଟ୍ରିକ୍ ଫଳ ପ୍ରକାଶ ସଙ୍ଗେ ସଙ୍ଗେ ଛାତ୍ରଛାତ୍ରୀମାନଙ୍କୁ ଅନ୍ଲାଇନ୍ରେ ମାଟ୍ରିକ୍ ସାର୍ଟିଫିକେଟ୍ ପ୍ରଦାନ କରାଯିବ। ଏଥି ସହିତ ପେପର ଖରାପ ଥିଲେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।
ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତି ମଧ୍ୟରେ ଶେଷ ହୋଇସାରିଥିବାର ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି । ଅନ୍ୟପକ୍ଷରେ ମାଟ୍ରିକ୍ ଖାତା ଦେଖା ଶେଷ ହୋଇଥିବା ଦୁଇଟି ଜିଲ୍ଲାରୁ ଉତ୍ତରଖାତା ବୁଧବାର ପହଞ୍ଚିଥିବାର ସୂଚନା ମିଳିଛି । ମାଟ୍ରିକ୍ ସବଜେକ୍ଟିଭ୍ ପ୍ରଶ୍ନର ଉତ୍ତରଖାତା ମୂଲ୍ୟାୟନ ଲାଗି ରାଜ୍ୟରେ ୧୩ ହଜାରରୁ ଅଧିକ ଶିକ୍ଷକ ନିୟୋଜିତ ଅଛନ୍ତି ।
ସୂଚନାଯୋଗ୍ୟ, ମାଟ୍ରିକ୍, ଏସ୍ଓଏସ୍ସି ଓ ମଧ୍ୟମା ପରୀକ୍ଷା ମିଶି ଚଳିତ ବର୍ଷ ଚଳିତ ରାଜ୍ୟରେ ୫ ଲକ୍ଷ ୪୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୧୦୦ ନମ୍ବର ବିଶିଷ୍ଟ ପରୀକ୍ଷାରୁ ୫୦ ନମ୍ବର ବିଶିଷ୍ଟ ଅବଜେକ୍ଟିଭ୍ ପ୍ରଶ୍ନର ଉତ୍ତର ଓଏମ୍ଆର ସିଟ୍ରେ ଥିବାରୁ ତାହା ମୂଲ୍ୟାୟନ ଶେଷ ହୋଇସାରିଛି । ସବ୍ଜେକ୍ଟିଭ୍ ଉତ୍ତର ଖାତାଗୁଡ଼ିକର ମୂଲ୍ୟାୟନ ମାର୍ଚ୍ଚ ୧୯ରୁ ଆରମ୍ଭ ହୋଇଥିଲା । ମୂଲ୍ୟାୟନ ବ୍ୟବସ୍ଥାରେ ସ୍ୱଚ୍ଛତା ପାଇଁ ପ୍ରତିଦିନ ଶିକ୍ଷକମାନେ ଖାତା ଦେଖିସାରିବା ପରେ ବୋର୍ଡ ଦ୍ୱାରା ପ୍ରଦାନ କରାଯାଇଥିବା ଲିଙ୍କ୍ରେ ପରୀକ୍ଷାର୍ଥୀଙ୍କ ମାର୍କ ଅପଲୋଡ୍ ହୋଇଛି । ମାଟ୍ରିକ୍ ପରୀକ୍ଷା ଫଳ ମେ’ ପ୍ରଥମ କିମ୍ବା ସପ୍ତାହ ସୁଦ୍ଧା ପ୍ରକାଶ ପାଇଁ ବୋର୍ଡ ସମୟ ଧାର୍ଯ୍ୟ କରିଛି ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ