ଏଣିକି ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ

ଭୁବନେଶ୍ୱର: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ନୂଆ ଗାଇଡଲାଇନ ଅନୁସାରେ, ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ। ହେଲେ ରାଜ୍ୟର ଅନ୍ୟାନ୍ୟ ବେଳାଭୂମିରେ OTDCକୁ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ବିଭିନ୍ନ ଇକୋ ରିଟ୍ରିଟରେ ମଧ୍ୟ ମଦ କୁଡ଼ିଆ ଖୋଲାଯାଇ ମଦ ବିକ୍ରି ହେବ ।

କିଛି ଦିନ ତଳେ ସରକାର ନୂଆ ଅବକାରୀ ନୀତି ୨୦୨୬-୨୯ ଆଣିଥିଲେ। ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରାଯାଇଥିଲା। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ବୀକାର କରାଯାଇଛି। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବୃଦ୍ଧି ହେବ। ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ମଧ୍ୟ ଅନୁମତି ମିଳିବନି । ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି ବୋଲି ସରକାର କହିଥିଲେ। ସମସ୍ତ ଉତ୍ପାଦନ ୟୁନିଟ ଓ ଖୁଚୁରା ଦୋକାନ CCTV ନିରୀକ୍ଷଣରେ ରହିବ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ