‘ଇଣ୍ଡିଆ ସ୍କିଲ୍ସ’ ଜାତୀୟ ପ୍ରତିଯୋଗିତାରେ ‘ଟିମ୍ ଓଡ଼ିଶା’ର ଶ୍ରେଷ୍ଠ ପ୍ରଦର୍ଶନ , ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ ପଦକ ଜିତିଲା

ଭୁବନେଶ୍ଵର : ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି ଚାମ୍ପିୟନ ହୋଇଛି। ଗୁରୁବାର ଦିନ ଗ୍ରେଟର ନୋଏଡାର ‘ଇଣ୍ଡିଆ ଏକ୍ସପୋ ସେଣ୍ଟର’ଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ସଫଳ ପ୍ରତିଯୋଗୀମାନଙ୍କୁ ସମ୍ମାନିତ କରାଯାଇ ଥିଲା।

‘ଇଣ୍ଡିଆ ସ୍କିଲ୍ସ’ରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ପ୍ରତିଯୋଗୀଙ୍କୁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଅଭିନନ୍ଦନ ଜଣାଇଛନ୍ତି। ‘ଇଣ୍ଡିଆ ସ୍କିଲ୍ସ’ ଭଳି ଜାତୀୟସ୍ତରୀୟ ପ୍ରତିଯୋଗିତାରେ ‘ଟିମ୍ ଓଡ଼ିଶା’ ଶ୍ରେଷ୍ଠ ପ୍ରଦର୍ଶନ କରିଛି। ଏହା ଆମ ରାଜ୍ୟ ପାଇଁ ଗୌରବର ବିଷୟ। ଏହି ସଫଳତା ପଛରେ ଆମ ରାଜ୍ୟର ଦକ୍ଷ ପ୍ରଶିକ୍ଷଣ ପ୍ରଣାଳୀ, ମେଣ୍ଟରସିପ୍ ଏବଂ ବିଭିନ୍ନ ଦକ୍ଷତା ବିକାଶ କେନ୍ଦ୍ରର ଦୃଢ଼ ସହଯୋଗର ପ୍ରତିଫଳନ ଦେଖିବାକୁ ମିଳିଛି। ଏହା ଯୁବପିଢ଼ିଙ୍କ ଦକ୍ଷତାକୁ ଆହୁରି ଶାଣିତ କରିବା ସହ ସେମାନଙ୍କୁ ଭବିଷ୍ୟତର ନେତୃତ୍ୱ ପାଇଁ ପ୍ରସ୍ତୁତ କରିବାରେ ସହାୟକ ହେଉଛି,’’ କହିଛନ୍ତି ମାନ୍ୟବର ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ।

‘ଟିମ୍ ଓଡ଼ିଶା’ର ପ୍ରତିଯୋଗୀମାନେ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ସେମାନଙ୍କୁ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ବିଭାଗୀୟ କମିଶନର ତଥା ସଚିବ ଶ୍ରୀ ଭୁପେନ୍ଦ୍ର ସିଂ ପୁନିଆ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଶ୍ରୀ ରଶ୍ମି ରଞ୍ଜନ ମହାପାତ୍ର ମଧ୍ୟ ପ୍ରତିଯୋଗୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ପ୍ରତିଯୋଗିତାରେ ଓଡ଼ିଶାରୁ ୯୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ୧୫ ଜଣ ସ୍ୱର୍ଣ୍ଣ, ୧୨ ଜଣ ରୌପ୍ୟ ଏବଂ ୧୪ ଜଣ ପ୍ରତିଯୋଗୀ ବ୍ରୋଞ୍ଜ ପଦକ ପାଇଛନ୍ତି।

ସେହିପରି ୧୬ ଜଣଙ୍କୁ ‘ମେଡାଲିୟନ୍ସ ଫର ଏକ୍ସଲେନ୍ସ‘ ପୁରସ୍କାର ପ୍ରଦାନ କରାଯାଇଛି। ଚଳିତବର୍ଷ ନାସନାଲ ସ୍କିଲ ଡେଭଲପମେଣ୍ଟ କାଉନ୍ସିଲ (ଏନଏସଡିସି) ପକ୍ଷରୁ ‘ଇଣ୍ଡିଆ ସ୍କିଲ୍ସ’ ପ୍ରତିଯୋଗିତା ଦେଶର ୫ଟି କେନ୍ଦ୍ରରେ ଆୟୋଜନ କରାଯାଇଥିଲା। ସେଥିରୁ ଓଡ଼ିଶା, ଗୁଜରାଟ, ତାମିଲନାଡୁ ଓ କର୍ଣ୍ଣାଟକର ଅଫସାଇଟ୍ କେନ୍ଦ୍ର ଏବଂ ଗ୍ରେଟର ନୋଏଡାରେ ଗୋଟିଏ ଅନସାଇଟ୍ କେନ୍ଦ୍ରରେ ପ୍ରତିଯୋଗିତାଗୁଡ଼ିକ ଆୟୋଜିତ ହୋଇଥିଲା। ଦେଶର ଯୁବପିଢ଼ିଙ୍କୁ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ପ୍ରଦର୍ଶନ କରିବା ପାଇଁ ଏକ ବଡ଼ ପ୍ଲାଟଫର୍ମ ହେଉଛି ‘ଇଣ୍ଡିଆ ସ୍କିଲ୍ସ’ ପ୍ରତିଯୋଗିତା। ଏଥିରେ ବିଶ୍ୱ ଦକ୍ଷତା କେନ୍ଦ୍ର ସହିତ ରାଜ୍ୟର ବିଭିନ୍ନ ଦକ୍ଷତା ବିକାଶ କେନ୍ଦ୍ରର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ଅଭିନବ କୌଶଳ ପ୍ରଦର୍ଶନ କରିଥିଲେ।

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ପ୍ରତିଯୋଗିତା ମାର୍ଚ୍ଚ ୨୯ ତାରିଖରୁ ଆରମ୍ଭ ହୋଇଥିଲା। ଏହି ୫ ଦିନିଆ ପ୍ରତିଯୋଗିତାରେ ସାରା ଭାରତର ବିଭିନ୍ନ ଦକ୍ଷତା ପ୍ରତିଷ୍ଠାନରୁ ୬୫୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଜୁରି ସଦସ୍ୟ ଏବଂ ୱାର୍ଲ୍ଡ ସ୍କିଲ୍ସ ବିଶେଷଜ୍ଞମାନେ ବିଭିନ୍ନ କେନ୍ଦ୍ରରେ ଲାଇଭ୍ ପ୍ରଦର୍ଶନ ମାଧ୍ୟମରେ ଅଂଶଗ୍ରହଣକାରୀମାନଙ୍କର ମୂଲ୍ୟାଙ୍କନ କରିଥିଲେ।

‘ଇଣ୍ଡିଆ ସ୍କିଲ୍ସ’ରେ କନଷ୍ଟ୍ରକ୍ସନ ଆଣ୍ଡ ବିଲ୍ଡିଂ ଟେକ୍ନୋଲୋଜି, ସାଇବର ସିକ୍ୟୁରିଟି, କ୍ରିଏଟିଭ ଆର୍ଟ ଆଣ୍ଡ ଫ୍ୟାସନ, ଇନଫରମେସନ୍ ଆଣ୍ଡ କମ୍ୟୁନିକେସନ ଟେକ୍ନୋଲୋଜି, ମୋବାଇଲ ଆପ୍ଲିକେସନ୍ ଭଳି ୫୦ଟି ସ୍କିଲରେ ଓଡ଼ିଶାର ପ୍ରତିଯୋଗୀମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିଥିଲେ। ଏଠାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନେ ସେପ୍ଟେମ୍ବର ମାସରେ ଚୀନର ସାଙ୍ଘାଇ ଠାରେ ହେବାକୁ ଥିବା ‘ୱାର୍ଲ୍ଡ ସ୍କିଲ୍ସ’ ପ୍ରତିଯୋଗିତାରେ ଭାଗ ନେବେ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ