
ଭୁବନେଶ୍ୱର: ରାଜ୍ୟବ୍ୟାପୀ ଓଡ଼ିଆ ପକ୍ଷ ପାଳନ ଅବସରରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପର୍ବ ଆୟୋଜିତ ହୋଇଛି । ଏହି ଅବସରର ରାଜଭବନ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି । କୁନି କୁନି ପିଲାଙ୍କ ସହ ଭାବ ବିନିମୟ କରିବା ସହ ଖଡ଼ିଛୁଆଁଇଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବ ବର୍ଷ ମଧ୍ୟ ଏଭଳି ଏକ ଭବ୍ୟ କାର୍ୟ୍ୟକ୍ରମ ଆୟୋଜନ ହୋଇଥିଲା । ଚଳିତ ବର୍ଷ ପିଲାମାନଙ୍କ ସହ ଅଭିଭାବକ ମାନେ ମଧ୍ୟ ସାମିଲ ହେବେ । ଏହା ସହ ଶିକ୍ଷା ସଚେତନତା ରଥ ମଧ୍ୟ ଜିଲ୍ଲାରୁ ଜିଲ୍ଲା ଗଡିବ। ଏହି ରଥ ୬ ତାରିଖରୁ ୧୦ ତାରିଖ ଯାଏ ଗଡିବ । ଏହି ଉତ୍ସବକୁ ସମସ୍ତ ଜିଲ୍ଲାରେ ୬ ରୁ ୮ ଏପ୍ରିଲ ଯାଏଁ ପାଳନ କରାଯିବ । ଏହି ଉତ୍ସବରେ ଛାତ୍ରଛାତ୍ରୀ, ଅଭିଭାବକ, ନିର୍ବାଚିତ ପ୍ରତିନିଧ, ବରିଷ୍ଠ ଅଧିକାରୀ, ନାଗରିକ ସମାଜ ଭାଗ ନେବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ସମେତ କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ବିଭାଗୀୟ ସଚିବ ଯୋଗଦେଇଥିଲେ ।
ଅନ୍ୟପଟେ ରାଜ୍ୟରେ ଶିଶୁବାଟିକାରେ ପର୍ୟ୍ୟାୟ କ୍ରମେ ମିଶିବ ସମସ୍ତ ଅଙ୍ଗନବାଡ଼ି। ଖଡ଼ିଛୁଆଁ ଉତ୍ସବରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ଶିଶୁବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ। ପ୍ରାଥମିକ ଶିକ୍ଷାକୁ ଦୃଢ଼ କରିବାକୁ ପ୍ରତି ଗାଁରେ ମଡେଲ୍ ସ୍କୁଲ ହେବ। ୫ ଏକର ଜାଗାରେ ଗୋଦାବରୀଶ ମିଶ୍ର ପ୍ରାଥମିକ ସ୍କୁଲ ନିର୍ମାଣ ହେବ। ୬ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବ।




