ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍ ସଂସଦ ଭବନରେ ଓଡ଼ିଶାରୁ ନବନିର୍ବାଚିତ ୩ ସାଂସଦଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜଣେ ସାଂସଦ ଅର୍ଥାତ୍ ସୁଜିତ କୁମାର ଶପଥ ନେଇନାହାଁନ୍ତି । କଣ ପାଇଁ ସେ ଶପଥ ନେଇନାହାଁନ୍ତି ତାହା ଜଣାପଡିନି ।
୨୦୨୬ ମାର୍ଚ୍ଚ ୧୬ରେ ଓଡ଼ିଶାର ୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ନିର୍ବାଚନରେ ବିଜେପି ପକ୍ଷରୁ ରାଜ୍ୟ ସଭାପତି ମନମୋହନ ସାମଲ, ସୁଜିତ କୁମାର ଜିତିଥିବା ବେଳେ ବିଜେପି ସମର୍ଥିତ ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲୀପ ରାୟ ମଧ୍ୟ ନିର୍ବାଚନ ଜିତି ଥିଲେ । ସେହିପରି ବିଜେଡି ପକ୍ଷରୁ ସଂତୃପ୍ତ ମିଶ୍ର ରାଜ୍ୟସଭା ନିର୍ବାଚନରେ ବାଜିମାତ କରିଛନ୍ତି ।

ଓଡ଼ିଶା ସମେତ ଅନ୍ୟାନ୍ୟ ରାଜ୍ୟରୁ ନିର୍ବାଚିତ ରାଜ୍ୟସଭା ସାଂସଦମାନେ ବି ଶପଥ ନେଇଛନ୍ତି । ପଶ୍ଚିମବଙ୍ଗ, ତାମିଲନାଡୁ ରାଜ୍ୟସଭା ସଦସ୍ୟ ଶପଥ ନେଇଛନ୍ତି । ଏନସିପି ନେତା ଶରଦ ପାୱାର, କେନ୍ଦ୍ରମନ୍ତ୍ରୀ ରାମଦାଶ ଅଠାୱାଲେ ଏବଂ ଡିଏମକେର ତିରୁଜି ସେଭା ଶପଥ ନେଇଛନ୍ତି ।

  • Related Posts

    ନେତା ଓ କର୍ମୀ ବିଜେଡି ଛାଡ଼ିବାର ପ୍ରଭାବ ନିଶ୍ଚିତ ପଡ଼ିବ: ଗଣେଶ୍ବର

    ଭୁବନେଶ୍ୱର: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ।…

    Continue reading
    ବିଜେପି ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ସମସ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ