ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ

ପୁରୀ: ଆସନ୍ତା ୨୦ ତାରିଖରୁ ଚନ୍ଦନଯାତ୍ରା ଆରମ୍ଭ । ଅକ୍ଷୟ ତୃତୀୟାଠାରୁ ଶ୍ରୀମନ୍ଦିରରେ ହେଉଥିବା ଏହି ପ୍ରଧାନ ପର୍ବକୁ ଶୃଙ୍ଖଳିତ ପାଳନ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି । ମଙ୍ଗଳବାର ଏନେଇ ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ହେବାକୁ ସ୍ଥିର ହୋଇଛି । ବୈଠକରେ ଚନ୍ଦନଯାତ୍ରା (୨୦୨୬) ନୀତି ନିର୍ଘଣ୍ଟ ଅନୁମୋଦନ ଓ ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହେବ ।ଆସନ୍ତା ୨୦ ତାରିଖ ଦିନ ତିନି ରଥର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ । ଏଥିସହ ବାହାର ଚନ୍ଦନ ଯାତ୍ରା (୨୧ ଦିନ) ହେବ । ଏହି ଯାତ୍ରା ଦେଖିବାକୁ ଶ୍ରଦ୍ଧାଳୁଙ୍କ ବହୁ ଭିଡ଼ ସମାଗମ ହେବ । ତେଣୁ ଭିଡ଼ ନିୟନ୍ତ୍ରଣ, ଶୃଙ୍ଖଳାରକ୍ଷା, ଠାକୁରଙ୍କ ସୁରକ୍ଷିତ ଯାତ୍ରା ସାଙ୍ଗକୁ ଶ୍ରୀମନ୍ଦିରରେ ନୀତି ଶୃଙ୍ଖଳା ଆଣିବାକୁ ବୈଠକରେ ଆଲୋଚନା ହେବ । ସେପଟେ ୮ ତାରିଖ ବୁଧବାର ବାହାର ରତ୍ନଭଣ୍ଡାର ଗଣତିମଣତି ହେବାକୁ ଥିବାରୁ ଛତିଶା ନିଯୋଗ ବୈଠକରେ ଏହାର ସୁପରିଚାଳନା ଜନିତ ନୀତି ଶୃଙ୍ଖଳା ଉପରେ ଆଲୋଚନା ହୋଇପାରେ।
ଏଥିସହ ୮ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ। ମାର୍ଚ୍ଚ ୨୫ ତାରିଖରେ ଶ୍ରୀମନ୍ଦିରରେ ଥିବା ମହାପ୍ରଭୁଙ୍କ ଚଳନ୍ତି ଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ବାହାର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତି ତିନିଦିନ ଧରି ଅର୍ଥାତ୍ ବୁଧବାର, ଗୁରୁବାର ଓ ଶୁକ୍ରବାର ତିନିଦିନ ଧରି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ