ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ

ଯାଜପୁର ସଦର: ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ସୂଚନା ଅନୁସାରେ, ସୋମବାର ରାତିରେ ଯାଜପୁର ସହରର କାଳିମେଘା ନିକଟରେ ଯୁବକଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ତେବେ ଗୁଳିମାଡ଼ରେ ଯୁବକଜଣଙ୍କ ଗୁରୁତର ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ କଟକରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକଜଣକ କୁଆଁସରପୁର ଅଂଚଳର ସୋମ୍ୟ ରଞ୍ଜନ ସାମଲ ବୋଲି ଜଣାପଡ଼ିଛି ।

ଅଭିଯୁକ୍ତ ଗୁଳି ମାଡ଼ କରି ଫେରାର ହୋଇଯାଇଥିବା ବେଳେ ଗୁରୁତର ସୋମ୍ୟ ରଞ୍ଜନ ସାମଲଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ କଟକ ଏସସିବି ମେଡ଼ିକାଲକୁ ସ୍ଥାନନ୍ତରିତ କରାଯାଇଥିଲା । ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏବଂ କିଏ ଏହି ଗୁଳିକାଣ୍ଡ କରିଛି ତାହା ମଧ୍ୟ୍ୟ ଜଣାପଡି ନାହିଁ । ଯାଜପୁର ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ଦ୍ୱାରା ତଦନ୍ତ ଆରମ୍ଭ ହୋଇଛି । ପାରିପାର୍ଶ୍ବିକ ସ୍ଥିତିକୁ ଦୃଷ୍ଟିରେ ରଖି ଯାଜପୁର ପୋଲିସ ଯାଞ୍ଚ ଆରମ୍ଭ କରିଛି ।

  • Related Posts

    ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ

    ହିଞ୍ଜିଳିକାଟୁ: ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଖଣ୍ଡର ଛକରେ ଘଟିଛି ଅଭାବନୀୟ ଘଟଣା ଗୁରୁତର ଯୁବକ ହେଲେ ଉଦ୍ଧବ ପାଢୀ। ଉଦ୍ଧବ ରାସ୍ତାରେ ଯାଉଥିବା ବେଳେ ତାଙ୍କୁ ଜଣେ ବ୍ୟକ୍ତି ଲିଫ୍ଟ ମାଗିଥିଲେ।…

    Continue reading
    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ