ବ୍ରହ୍ମପୁର ମେୟରଙ୍କୁ ଧମକପୂର୍ଣ୍ଣ ଫୋନ୍ କଲ୍

ବ୍ରହ୍ମପୁର :ବ୍ରହ୍ମପୁର ମେୟର୍ ସଂଘମିତ୍ରା ଦଳାଇଙ୍କୁ ଧମକପୂର୍ଣ୍ଣ ଫୋନ୍ କଲ୍ ଆସିଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ ଏତଲା ଦେଇଛନ୍ତି ମେୟର। ଗତ ୨୯ ତାରିଖ ଅପରାହ୍ମରେ ମେୟର ବ୍ରହ୍ମପୁର ମହାନଗର ନିଗମ କାର୍ୟ୍ୟାଳୟରେ ଥିଲେ। ଏହି ସମୟରେ କିଛି କପୋର୍ଟର ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଏହି ସମୟରେ ଏକ ଅଜଣା ନମ୍ବରରୁ ମେୟରଙ୍କ ମୋବାଇଲକୁ କଲ୍ ଆସିଥିଲା। ମେୟର କଲ୍‌ ରିସିଭ କରିବା ପରେ ଅପରପକ୍ଷରୁ ଅସଭ୍ୟ ଭାଷାରେ ଗାଳିଗୁଲଜ ସହ ଧମକ ଦେଇଥିଲେ ଜଣେ ବ୍ୟକ୍ତି। ଏନେଇ ଥାନାରେ ଅଭିଯୋଗ କରିଥିଲେ ମେୟର। ମେୟରଙ୍କ ଅଭିଯୋଗ ପରେ କଲ୍‌ ରେକର୍ଡ ଯାଞ୍ଚ କରିଥିଲା ପୁଲିସ। କଲ୍‌ ରେକର୍ଡ ଯାଞ୍ଚ ପରେ ଉକ୍ତ କଲଟି ବିଏମସିର ପୂର୍ବତନ ନିର୍ବାହୀଯନ୍ତ୍ରୀ ଲଳିତ ମୋହନ ଦାସ ବୋଲି ଜଣାପଡିଥିଲା।ମେୟର ଅଭିଯୋଗ ଆଧାରରେ ପୁଲିସ ଲଳିତ ମୋହନଙ୍କ ବିରୋଧରେ ମାମଲା ରୁଜୁ କରିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ