କ୍ଷୟକ୍ଷତି ଆବେଦନ ଦିନଟିଏ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଦିନିଆ ବର୍ଷା ପାଇଁ ଚାଷ କ୍ଷୟକ୍ଷତି ଆକଳନ ଅବଧି ବଢ଼ାଇବେ ରାଜ୍ୟ ସରକାର। ସେହିପରି ଆବେଦନ ସମୟ ଆଉ ଦିନେ ବୃଦ୍ଧି ହୋଇଛି। ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସୁଦ୍ଧା ଚାଷୀଙ୍କ କ୍ଷୟକ୍ଷତି ସମ୍ପର୍କରେ ଆବେଦନ ପାଇଁ କୁହାଯାଇଥିଲା। ଏହାକୁ ଆଜି ଯାଏଁ ବୃଦ୍ଧି କରିଛନ୍ତି ସରକାର। ଅର୍ଥାତ ଆଜି ସଂଧ୍ୟା ପର୍ୟ୍ୟନ୍ତ ଚାଷୀ ନିଜ ନିଜର କ୍ଷୟକ୍ଷତି ବାବଦରେ ଅବଗତ କରାଇବେ।

ସେହିପରି କ୍ଷୟକ୍ଷତି ଆକଳନ ୩୦ ତାରିଖ ଯାଏଁ ଚାଲିବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। କ୍ଷତି ଆକଳନ ଦିନ ବୃଦ୍ଧି ପାଇଁ ବି ଯୋଜନା ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଗ୍ରାଉଣ୍ଡରେ ରିଅଲିଟି ଚେକ୍ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଗ୍ରାଉଣ୍ଡରେ ଫସଲହାନୀର ସ୍ଥିତି ବୁଲି ଦେଖିଥିଲେ। ଏହି ସମୟରେ ଆବେଦନ ଅବଧିକୁ ଆଉ ଦିନେ ବଢ଼ାଇବାକୁ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ, ସଠିକ୍ ଆକଳନ ପରେ କ୍ଷତିପୂରଣ ମିଳିବ। ବୀମାଭୁକ୍ତ ନଥିଲେ କିପରି ସାହାଯ୍ୟ ପାଇବେ, ସେନେଇ ସରକାର ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ