୩ଟି ଗ୍ରୀଡ୍ ସବଷ୍ଟେସନ୍ ଏବଂ ୮ଟି ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ

ଭୁବନେଶ୍ୱର: ଓଡ଼ିଶାର ବିଦ୍ୟୁତ୍ ଭିତ୍ତିଭୂମି କ୍ଷେତ୍ରରେ ଆଜି ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ଟି ଗ୍ରୀଡ୍ ସବଷ୍ଟେସନ୍ ଏବଂ ୮ଟି ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ କରିଛନ୍ତି। ବିଦ୍ୟୁତ୍ ସେବାକୁ ଅଧିକ ସୁଦୃଢ଼ ଏବଂ ନିରବଚ୍ଛିନ୍ନ କରିବା ଲକ୍ଷ୍ୟରେ ଏହି ପ୍ରକଳ୍ପ ଗୁଡ଼ିକର ଶୁଭାରମ୍ଭ କରାଯାଇଛି। ପ୍ରାୟ ୬୦୦ କୋଟି ଟଙ୍କା ବ୍ୟୟରେ ବିଦ୍ୟୁତ୍ ଶକ୍ତି ବ୍ୟବସ୍ଥାର ସଂପ୍ରସାରଣ କରାଯାଇଛି। ଏହା ସହିତ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବିଦ୍ୟୁତ୍ ଶକ୍ତିର ଗୁରୁତ୍ୱକୁ ଉପଲବ୍ଧ କରି କଟକ SCB ମେଡିକାଲ ପରିସରରେ ନିର୍ମିତ ଅତିଉଚ୍ଚ କ୍ଷମତା ସମ୍ପନ୍ନ ଗ୍ରୀଡ୍ ସବଷ୍ଟେସନର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ନୂତନ ପ୍ରକଳ୍ପ ଗୁଡ଼ିକ କାର୍ୟ୍ୟକାରୀ ହେବା ଫଳରେ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଲୋ-ଭୋଲଟେଜ୍ ସମସ୍ୟାର ସମାଧାନ ହେବା ସହ ଜନସାଧାରଣ ଉନ୍ନତ ବିଦ୍ୟୁତ୍ ସେବା ପାଇପାରିବେ। ବିକଶିତ ଓଡ଼ିଶା ଗଠନ ଦିଗରେ ଏହା ଏକ ବଡ଼ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ