କାଳବୈଶାଖି: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୨୦ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ର, ୪୦ ଡିଗ୍ରି ଡେଇଁବ ପାରଦ । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ । ୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ଵରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ । ୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ । ଅନ୍ୟପଟେ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
କାଳବୈଶାଖୀ ଉଜାଡ଼ିଦେଲା ଫସଲ, ଚାଷୀ ମନରେ ହତାଶ । ବାଲେଶ୍ବର ସୋର ବାଳଙ୍ଗ ଗ୍ରାମପଞ୍ଚୟାତର ଜୁଳଙ୍ଗିଆ ଗାଁରେ କାଳବୈଶାଖୀର ପ୍ରକୋପରେ ସୂର୍ୟ୍ୟମୁଖୀ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଧାର କରଜ କରି ଚାଷୀମାନେ ପ୍ରଥମେ ଧାନ ଓ ପରେ ସୂର୍ୟ୍ୟମୁଖୀ ଚାଷ କରିଥିଲେ । ଦି ପଇସା ଲାଭ ପାଇବା ଆଶାରେ ଥିବା ଚାଷୀଙ୍କ ମୁହଁରୁ ହଠାତ୍‌ ପ୍ରକୃତି ଆହାର ଛଡ଼ାଇ ନେଇଛି । ଋଣ ବୋଝରେ ଦବି ରହିଥିବା ଏହି ଚାଷୀମାନେ ଆଶା କରିଥିଲେ ଯେ ସୂର୍ୟ୍ୟମୁଖୀ ଅମଳ କରି ସେମାନେ କିଛି ଆର୍ଥିକ ଉନ୍ନତି କରିବେ । କିନ୍ତୁ ପ୍ରକୃତିର କରାଳ ରୂପ ସବୁକିଛି ଛାରଖାର କରିଦେଇଛି । ପ୍ରଶାସନିକ ସ୍ତରରେ ସହାୟତା ଯୋଗାଇ ଦିଆଯାଉ ବୋଲି ଦାବି କରିଛନ୍ତି କ୍ଷତିଗ୍ରସ୍ତ ଚାଷୀ । ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ