ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବିଭିନ୍ନ ଜିଲ୍ଲାରେ ଯୋଗାଣ ବିଭାଗ ଅଧିକାରୀ ମାନେ ଟିମ ମାନ ଗଠନ କରି ଏ ସମ୍ପର୍କିତ ଖବର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଯାଞ୍ଚ କରୁଛନ୍ତି । ଏହି ଟିମ ଗୁଡିକ ଦୈନିକ ଭାବେ ବିଭାଗୀୟ ଅଧିକାରୀଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି । ପ୍ରତ୍ୟେକ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କ ତତ୍ତ୍ଵବଧାନରେ ଯାଞ୍ଚ ପ୍ରକ୍ରିୟାକୁ କଡାକଡି କରୁଛନ୍ତି । ଏ ଦିଗରେ କାର୍ଯ୍ୟନୁଷ୍ଠାନ ସ୍ୱରୂପ ଆଜି ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଯାକ ଜିଲ୍ଲାର ୨୧୩୬ଟି ସ୍ଥାନରେ ଯାଞ୍ଚ କରାଯାଇଛି । ସେଥିମଧ୍ୟରୁ ଗ୍ୟାସ ଏଜେନ୍ସି ଓ ଅନ୍ୟ ସ୍ଥାନ ରହିଛି । ଏହି ସବୁ ସ୍ଥାନରୁ ୪୬୯୧ ସିଲିଣ୍ଡର ଜବତ କରାଯାଇଛି । ଏତଦବ୍ୟତୀତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଅଧିନିୟମ ଅନୁଯାୟୀ ବିଭିନ୍ନ ଜିଲ୍ଲାପାଳଙ୍କ କୋର୍ଟରେ ୩୬୦ ମାମଲା ରୁଜୁ କରାଯିବା ସହ ବିଭିନ୍ନ ଥାନାରେ ୩୧ଟି ଏଫଆଇଆର ଦାଖଲ କରାଯାଇଛି। ଏପରିକି କଳାବଜାରୀ ଓ ବେଆଇନ୍ ସିଲିଣ୍ଡର ଗଛିତ ରଖିଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଛି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ