ଆଜିଠୁ ଗୁଳୁଗୁଳିରେ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା

ଭୁବନେଶ୍ୱର: ଗୁଳୁଗୁଳିରେ ଶନିବାରଠାରୁ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା । ୧୬ ଯାଏଁ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲାର ଲୋକେ ଗରମ, ଗୁଳୁଗୁଳିରେ ନୟାନ୍ତ ହେବେ । ୧୩ରୁ ନିଆଁ ମାଡ଼ ହେବ ପଶ୍ଚିମ ଓଡ଼ିଶାରେ । ପାଣିପାଗ ବିଭାଗ ସତର୍କ କରାଇ ଦେଇଛି, ସୋମବାର ବେଳକୁ ବଲାଙ୍ଗିର ୪୬ ଡିଗ୍ରୀ ଓ ବରଗଡ଼ ୪୫ ଡିଗ୍ରୀ ସେଲସିୟସ୍ ତାତିରେ ଜଳୁଥିବେ । ଭୁବନେଶ୍ୱର ବି ୩୯ ଡିଗ୍ରୀ ତାଉରେ ଡହଡହ ହୋଇ ସିଝୁଥିବ । ଏମିତି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ । ତାପମାତ୍ରା ୪ରୁ ୬ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି ।
୧୧ରୁ ୧୬ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ପାଖ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଏବଂ ୧୩ ଓ ୧୪ ତାରିଖରେ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ (ହିଟ୍ ୱେଭ) ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି । ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କତା ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ଯିବାବେଳେ ଲୋକେ ସତର୍କ ରହିବାକୁ ଏସ୍ଆରସି ପରାମର୍ଶ ଦେଇଛନ୍ତି ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଶନିବାର କାଳବୈଶାଖୀ ସମ୍ଭାବନା ପ୍ରାୟତଃ ନାହିଁ । ରବିବାର ଓ ସୋମବାର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଶନିବାରଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ସହ ଗୁଳୁଗୁଳି ଅସ୍ତବ୍ୟସ୍ତ କରିପାରେ । ଯାହାକି ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ୧୩ ତାରିଖରୁ ସମ୍ବଲପୁର, ବଲାଙ୍ଗୀର, ବରଗଡ଼ରେ ଗ୍ରୀଷ୍ମ ପ୍ରବାହ (ହିଟ୍ ୱେଭ) ନେଇ ସତର୍କ କରାଯାଇଛି ।ଶୁକ୍ରବାର ରାଜ୍ୟର ୮ଟି ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ ଅତିକ୍ରମ କରିଥିଲା । ବୌଦ୍ଧ ୩୯, ଟିଟିଲାଗଡ଼ ୩୮.୫, ହୀରାକୁଦ ୩୮, ନୂଆପଡ଼ା ୩୮ ଡିଗ୍ରୀ ଥିଲା ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ