ଆଜି ରାଜଧାନୀ ପାଳୁଛି ୭୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ଵର: ଆଜି ରାଜଧାନୀ ପାଳୁଛି ୭୮ତମ ପ୍ରତିଷ୍ଠା ଦିବସ। ଏଥିପାଇଁ ଗତକାଲିଠୁ ସଜେଇ ହୋଇଛି ରାଜଧାନୀ। ରଙ୍ଗୀନ ଆଲୋକମାଳାରେ ଝଲସି ଉଠୁଛି ସ୍ମାର୍ଟ ସିଟିର ପ୍ରମୁଖ ସରକାରୀ କୋଠ, ଲୋକସେବା ଭବନଠୁ ଆରମ୍ଭ କରି ବିଧାନସଭା ସୌଧ ପର୍ୟ୍ୟନ୍ତ ସବୁଠି ଦେଖିବାକୁ ମିଳିଛି ଆଲୋକ ମାଳାର ସାଜସଜ୍ଜା ।
୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, “ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ ପ୍ରତିଷ୍ଠା ଦିବସ” ଭାବରେ ପାଳନ କରାଯାଏ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ୧୯୪୬ ମସିହାରେ ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ଲୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର “ଅଟୋକଏନ୍ସ ବର୍ଗର”। ୧୯୪୮ ମସିହା ଅପ୍ରେଲ ୧୩ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା ।
ଏହି ଅବସରରେ ବିଧାନସଭା ଆଗରେ ଥିବା ରାଜଧାନୀ ଶିଳାନ୍ୟାସରେ ମାଲ୍ୟାର୍ପଣ ସହିତ ପତାକା ଉତ୍ତୋଳନ କାର୍ୟ୍ୟକ୍ରମ ଆୟୋଜିତ ହୋଇଥିଲା। ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଚଳିତବର୍ଷ ୧୩ ଓ ୧୪ ତାରିଖ ଦୁଇ ଦିନ ଧରି ପାଳନ ହେବ ରାଜଧାନୀ ପ୍ରତିଷ୍ଠା ଦିବସ । ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଏମସି ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ଏକ ସ୍ୱତନ୍ତ୍ର ଫଟୋ ଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଛି ।

  • Related Posts

    ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ମାଲକାନଗିରି, ରାୟଗଡ଼ାରେ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ଏବଂ ନୟାଗଡ଼ ଓ ନୂଆପଡ଼ାରେ ଦୁଇଟି ସରକାରୀ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବ।…

    Continue reading
    ଭୁବନେଶ୍ୱରକୁ ୬ଟି ଜୋନ୍‌ରେ ବାଣ୍ଟିଲା ବିଏମ୍‌ସି

    ଭୁବନେଶ୍ୱର,: ବିଏମ୍‌ସିି ୩ରୁ ୬ଟି ଜୋନ୍‌ରେ ବାଣ୍ଟି ହୋଇଛି । ଜୋନ୍ ଅଫିସର ମାତ୍ରାଧିକ ଚାପକୁ ହ୍ରାସ କରିବା ଏବଂ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏବେ ପ୍ରତି ଜୋନ୍‌ରେ ୧୨ ଲେଖାଁଏ ୱାର୍ଡ ରହିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ