ଆଜି ଖୋଲିବ ଭିତର ରତ୍ନଭଣ୍ଡାର

ପୁରୀ: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତିମଣତି କାର୍ଯ୍ୟ ଆଜିଠାରୁ ଆରମ୍ଭ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ରବିବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏବଂ ଗଣତିମଣତି ଟିମ୍‌ର ସଦସ୍ୟ ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତିରେ ସୋମବାର କେଉଁମାନେ ଭିତରେ ଏବଂ ବାହାରେ ରହିବେ, କ’ଣ ସବୁ ବ୍ୟବସ୍ଥା ହେବ ସେନେଇ ସବିଶେଷ ଆଲୋଚନା ହୋଇଥିଲା। ମାର୍ଗଦର୍ଶିକା ଅନୁଯାୟୀ ପ୍ରତିଦିନ ଜିଲା ଟ୍ରେଜେରିରୁ ଭିତର ରତ୍ନଭଣ୍ଡାରର ଚାବି ଅଣାଯାଇ ପୁରୀ ଜିଲାପାଳ ତଥା ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ।

ଗଣତି କାର୍ଯ୍ୟ ଶେଷ ପରେ ପ୍ରତ୍ୟେକ ଦିନ ଭିତର ରତ୍ନଭଣ୍ଡାରକୁ ସମ୍ପୂର୍ଣ୍ଣ ମୁଦ ଦିଆଯାଇ ଚାବି ଜିଲା ଟ୍ରେଜେରିରେ ରଖାଯିବ। ରତ୍ନ ଅଳଙ୍କାର ବିଶେଷଜ୍ଞ, ଆରବିଆଇ ଅଧିକାରୀ ଉପସ୍ଥିତ ରହି ପ୍ରତ୍ୟେକ ରତ୍ନ ଅଳଙ୍କାରର ଗଣତି ମଣତି କରିବା ସହ ରତ୍ନ ଓଜନ ଏବଂ କେଉଁ ପ୍ରକାରର ମୋତି ମାଣିକ୍ୟ ରହିଛି ତା’ର ଚିହ୍ନଟ କରିବେ। ସେହିପରି ସବୁ ରତ୍ନ ଅଳଙ୍କାରର ଥ୍ରୀଡି ସ୍କାନିଂ କରାଯାଇ ଡିଜିଟାଲ ଫଟୋଗ୍ରାଫି କରାଯିବ। ଏ ନେଇ ଏକ ଡିଜିଟାଲ କାଟାଲଗ୍‌ ପ୍ରସ୍ତୁତ କରାଯିବ। ଫଳରେ ଭବିଷ୍ୟତରେ ଯଦି କେବେ ଗଣତିମଣତି କରାଯାଏ ତାହା ଖୁବ୍ କମ୍ ସମୟ ଏବଂ ସହଜରେ ହୋଇପାରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ସୂଚନା ଦେଇଛନ୍ତି।

  • Related Posts

    ଏସି ଭିତରୁ ବାହାରିଲା ଢ଼ମଣା ସାପ

    ହରଭଙ୍ଗା: ଏସି ଭିତରେ ଢମଣା ସାପ । ଦୁଇ ଘଣ୍ଟାର କସରତ ପରେ ଉଦ୍ଧାର ହେଲା ସାପ । ହରଭଙ୍ଗା ବ୍ଲକ ତିଲେଶ୍ୱର ଗାଁର ଫିଲୁନ ପ୍ରଧାନଙ୍କ ଘରେ ଲାଗିଥିଲା ଏହି ଏସି। ଭିତରେ ସାପ ଥିବା ଜାଣି ପରିବାର ଲୋକଙ୍କ…

    Continue reading
    ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ନିର୍ଦ୍ଦେଶ: ମେ’ ୩୧ ସୁଦ୍ଧା ‘ସେଲ୍ଫ ଆପ୍ରେଜାଲ’ ରିପୋର୍ଟ ଦିଅ

    ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା ମୂଲ୍ୟାୟନ ରିପୋର୍ଟ ବା APAR ଦାଖଲ ପାଇଁ ଆସିଲା କଡ଼ା ନିର୍ଦ୍ଦେଶ। ରାଜ୍ୟ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ଏନେଇ ନୂଆ କାର୍ଯ୍ୟସୂଚୀ ଜାରି ହୋଇଛି। କର୍ମଚାରୀଙ୍କୁ ମେ ୩୧ ତାରିଖ ସୁଦ୍ଧା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର