ଦଳିଦେଲା ବେକାବୁ ଟ୍ରକ୍: ୭ ମୃତ

ନୂଆଦିଲ୍ଲୀ : ଗୁଜରାଟର ସୁରେନ୍ଦ୍ରନଗର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ତୀର୍ଥଯାତ୍ରୀଙ୍କୁ ଦଳିଦେଲା ବେକାବୁ ଟ୍ରକ୍। ୭ ମୃତ। ରବିବାର ବିଳମ୍ଵିତ ତାରି ପ୍ରାୟ ସାଢେ ୧ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଟ୍ରକ୍ ଡ୍ରାଇଭର୍ ଗାଡି ଛାଡ଼ି ଫେରାର୍ ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତାହତଙ୍କ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି।

ସୂଚନାନୁଯାୟୀ, ତୀର୍ଥଯାତ୍ରୀଙ୍କ ଏକ ଗ୍ରୁପ୍ ରାଜକୋଟରୁ ବହୁଚରାଜି ଆଡ଼କୁ ପଦଯାତ୍ରାରେ ଯାଉଥିଲେ। ରବିବାର ରାତି ପ୍ରାୟ ସାଢେ ୧ଟା ବେଳେ ଲକତର-ବିରାମଗାମ ଜାତୀୟ ରାଜପଥରେ ସେମାନଙ୍କୁ ଉପରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ଆଉ ଜଣେ ଆଖି ବୁଜି ଥିଲେ। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ଜଣେ ଡମ୍ଫର ଚାଳକ ଅଛନ୍ତି। ଆହାତଙ୍କ ସଂଖ୍ୟା ଖବର ଲେଖା ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ କରିବା ସହ ତଦନ୍ତ ଆରମ୍ଭ କରିଛି। ଟ୍ରକ୍ ଡ୍ରାଇଭର୍ ଦୁର୍ଘଟଣା ଘଟାଇ ଫେରାର୍ ହୋଇଯାଇଛି।

  • Related Posts

    ଭାରତୀୟ ବିମାନ ପାଇଁ ପାକିସ୍ତାନ ପୁଣି ବଢ଼ାଇଲା ବ୍ୟାନ୍

    ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ତିକ୍ତତାର ପ୍ରଭାବ ଏବେ ବିମାନ ଚଳାଚଳ ଉପରେ ଦେଖିବାକୁ ମିଳିଛି । ପାକିସ୍ତାନ ପକ୍ଷରୁ ଭାରତୀୟ ବିମାନ ଗୁଡ଼ିକ ପାଇଁ ଏହାର ଆକାଶମାର୍ଗ ବ୍ୟବହାର କରିବାରେ ଥିବା କଟକଣାକୁ ଆଉ ଏକ…

    Continue reading
    ନକଲି ମଦ ପିଇ ୫ ମୃତ

    ନୂଆଦିଲ୍ଲୀ : ଗୁଜରାଟର ଭାବନଗର ଜିଲ୍ଲାରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ଆସୁଛି। ଭାବନଗରର ଘୋଘା ତାଲୁକାର ଖରକାଡି ଗାଁରେ ନକଲି ମଦ ପିଇ ୫ ଜଣଙ୍କର ମୃତ୍ୟୁ ହୋଇଛି, ଯେତେବେଳେ କି ଅନ୍ୟ ୨୦ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ