ମିଳିଲା ରାଜ୍ୟପାଳଙ୍କ ସ୍ୱୀକୃତି : ଲାଗୁହେଲା ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ ଅଧିନିୟମ, ୨୦୨୬

ଭୁବନେଶ୍ୱର :ଓଡ଼ିଶାରେ ଲାଗୁହେଲା ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ,୨୦୨୬। ଓଡ଼ିଶାର ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍‌ପାଟି ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ବିଧେୟକ,୨୦୨୬କୁ ସ୍ୱୀକୃତି ପ୍ରଦାନ କରିବା ପରେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ, ୨୦୨୬କୁ ଓଡ଼ିଶାରେ ଲାଗୁ କରାଯାଇଛି।

ବିଗତ ମାର୍ଚ୍ଚ ୩୧ ତାରିଖରେ ବିଧାନସଭାରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଆଲୋଚନା ହେବା ପରେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ବିଧେୟକ,୨୦୨୬କୁ ବିଧାନସଭାରେ ପାରିତ କରାଯାଇଥିଲା। ଏହି ବିଧେୟକ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିବା ପରେ ସାରା ରାଜ୍ୟରେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ, ୨୦୨୬ ଲାଗୁ ହୋଇଛି।

ଏହି ଅଧିନିୟମ ଲାଗୁ ହେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟିଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି। ଏଥିସହ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ, ୨୦୨୬ ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି ସେ ମତପ୍ରକାଶ କରିଛନ୍ତି।

ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, “ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ, ୨୦୨୬ ଉଚ୍ଚଶିକ୍ଷା ବ୍ୟବସ୍ଥାରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଏବଂ ଏସଇବିସି ବର୍ଗଙ୍କ ପ୍ରତିନିଧିତ୍ବକୁ ସୁନିଶ୍ଚିତ କରିବ। ରାଜ୍ୟରେ ସରକାରୀ ବିଶ୍ୱ ବିଦ୍ୟାଳୟରେ ପ୍ରଫେସର, ଆସୋସିଏଟ୍ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିରେ ସଂରକ୍ଷଣ କାର୍ଯ୍ୟକାରୀ କରିବା ପାଇଁ ପ୍ରତ୍ୟେକ ବିଶ୍ୱ ବିଦ୍ୟାଳୟକୁ ଏକକ ଭାବେ (University as a single Unit) ବିଚାର କରାଯିବ। ବିଭାଗ ଭିତ୍ତିକ ସଂରକ୍ଷଣ ପ୍ରଣାଳୀକୁ ଉଚ୍ଛେଦ କରାଯାଇଛି। ଏହାଫଳରେ ଶିକ୍ଷକମାନଙ୍କର ପ୍ରତ୍ୟକ୍ଷ ନିଯୁକ୍ତି ସମୟରେ ପ୍ରଫେସର, ଆସୋସିଏଟ୍ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ଆଦି ପଦବୀରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଏବଂ ଏସଇବିସି ବର୍ଗଙ୍କ ପ୍ରତିନିଧିତ୍ବକୁ ସୁନିଶ୍ଚିତ କରାଯାଇପାରିବ।”

ସେ ଆହୁରି ମଧ୍ୟ କହିଛନ୍ତି ଯେ, “ରାଜ୍ୟର ସରକାରୀ ବିଶ୍ୱ ବିଦ୍ୟାଳୟରେ ବହୁଦିନ ଧରି ଖାଲି ରହିଥିବା କୁଳପତି ପଦବୀକୁ ମଧ୍ୟ ପୂରଣ କରାଯାଇଛି। ଏକାସହ ୧୪ଟି ବିଶ୍ୱ ବିଦ୍ୟାଳୟରେ କୁଳପତିଙ୍କୁ ନିଯୁକ୍ତ କରାଯାଇଛି। ଶିକ୍ଷାବିତ୍‌ମାନେ ଆମ ଶୈକ୍ଷିକ ସମାଜର ନେତୃତ୍ୱ ନେଇଛନ୍ତି ଏବଂ ୧୪ଟି ବିଶ୍ୱ ବିଦ୍ୟାଳୟରେ କୁଳପତି ଭାବେ ଆମ ଓଡ଼ିଶାର ଶିକ୍ଷାବିତ୍‌ମାନେ ନିଯୁକ୍ତି ପାଇଛନ୍ତି। ଓଡ଼ିଆ ମାନେ ହିଁ ଓଡ଼ିଶାର ଶୈକ୍ଷିକ ସମାଜର ବିକାଶ ପାଇଁ ଦାୟିତ୍ୱ ନିର୍ବାହ କରୁଛନ୍ତି । ନବ ନିଯୁକ୍ତ କୁଳପତିମାନଙ୍କ ନେତୃତ୍ୱରେ ବିଶ୍ୱ ବିଦ୍ୟାଳୟମାନଙ୍କରେ ଗୁଣାତ୍ମକ, ପ୍ରୟୋଗାତ୍ମକ ଓ ଗବେଷଣାତ୍ମକ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ଏଥିସହ ଓଡ଼ିଶା ବିଶ୍ୱ ବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪ ଏବଂ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ (ଶିକ୍ଷକ କ୍ୟାଡରରେ ସଂରକ୍ଷଣ) ଅଧିନିୟମ, ୨୦୨୬ ଲାଗୁ ହେବା ପରେ ରାଜ୍ୟର ସରକାରୀ ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀକୁ ପୂରଣ କରିବା ପ୍ରକ୍ରିୟାକୁ ତ୍ୱରାନିତ୍ବ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ
କରିଛନ୍ତି।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ