
ଭୁବନେଶ୍ୱର: ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଓ ଝାରସୁଗଡ଼ା ବିମାନ ବନ୍ଦରରୁ ନୂଆ ବିମାନ ସେବା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି ଯେ, ୧ ଜାନୁ୍ଆରୀ ୨୦୨୫ରୁ ଝାରସୁଗୁଡ଼ାରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ନୂଆ ବିମାନସେବା ଆରମ୍ଭ ହୋଇଥିଲାବେଳେ ୩ ଜାନୁ୍ଆରୀ ୨୦୨୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧାସଳଖ ବିମାନ ସେବା ଆରମ୍ଭ ହେଉଛି। ଏହାଦ୍ୱାରା ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଶ୍ରୀ ମାଝୀ ଦୃଢ଼ତାର ସହ ପ୍ରକାଶ କରିଛନ୍ତି।(ଜିତେନ୍ଦ୍ର)




