ସୁସ୍ଥ ହୋଇ ସାଂସଦ ପ୍ରତାପ ଷଡ଼ଙ୍ଗୀ ଓଡ଼ିଶା ଫେରିଲେ

ଭୁବ‌ନେଶ୍ବର: ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ସୋମବାର ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଘଟଣାକୁ ଅତ୍ୟନ୍ତ ଜଘନ୍ୟ ଓ ନିନ୍ଦନୀୟ ବୋଲି ସେ କହିଛନ୍ତି। ସେ ସାମ୍ୱାଦିକଙ୍କୁ ପ୍ରଶ୍ନ କରିଛନ୍ତି, କୌଣସି ସାଂସଦ ଏଭଳି ଅଶୋଭନୀୟ ଆଚରଣ କରନ୍ତି କି? ସେ କହିଛନ୍ତି, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ଯେଉଁମାନେ ଏଭଳି କରୁଛନ୍ତି, ସେମାନଙ୍କୁ ନିର୍ବାଚନୀ ରାଜନୀତିରେ ସଠିକ୍‌ ଜବାବ ଦିଆଯାଉ। ସୂଚନାଯୋଗ୍ୟ, ଡିସେମ୍ବର ୧୯ରେ ସଂସଦର ପ୍ରବେଶ ଦ୍ବାରରେ ଆମ୍ବେଦକର ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏତିକି ବେଳେ ଠେଲାପେଲା ହୋଇଥିଲା। ରାହୁଲ ଗାନ୍ଧୀ ଠେଲି ଦେବାରୁ ସଂସଦର ମକର ଦ୍ୱାରର ଶିଢ଼ି ପ୍ରତାପ ଷଡଙ୍ଗୀ ଉପରରୁ ତଳକୁ ପଡ଼ି ଯାଇଥିଲେ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ