୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ: ପୃଥ୍ବୀରାଜ ହରିଚନ୍ଦନ

ପୁରୀ: ଆସନ୍ତା ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ି ଦର୍ଶନ। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ। ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ। ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଧାଡ଼ିଦର୍ଶନ ପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍ (ଓବିସିସି) ପକ୍ଷରୁ ନାଟମଣ୍ଡପରେ ୬ଥାକିଆ କାଠ ରାମ୍ପ ନିର୍ମାଣ ଚାଲିଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ନିର୍ମାଣ ଚାଲିଥିବା କାଠ ରାମ୍ପକୁ ବୁଲି ଦେଖିବା ସହ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ