ବିଜୁଙ୍କ ସ୍ୱପ୍ନ ପୂରଣ କରିବୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜେପି ସରକାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବ । ଶୁକ୍ରବାର ବିଜୁ ବାବୁଙ୍କ ଶ୍ରାଦ୍ଧଦିବସରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହାଛଡ଼ା ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ମାଟିର ଗୌରବ ଓ ଦେଶର ସମ୍ମାନ ପାଇଁ ବିଜୁ ବାବୁ ସର୍ବଦା ଲଢ଼ୁଥିଲେ । ଓଡ଼ିଶାର ସମ୍ମାନ ଓ ସ୍ୱାଭିମାନ ପାଇଁ ବିଜୁ ବାବୁ କେବେ ସାଲିସ କରିନଥିଲେ । ଓଡ଼ିଶାକୁ ସମୃଦ୍ଧ କରିବାକୁ ବିଜୁ ବାବୁ ସ୍ୱପ୍ନ ଦେଖିଥିଲେ । ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ପରିଚିତ କରାଇବା ତାଙ୍କ ସ୍ୱପ୍ନ ଅଧୁରା ରହିଯାଇଛି । ସେହି ସ୍ୱପ୍ନକୁ ପୂରା କରିବା ପାଇଁ ଆମ ସରକାର ସଂକଳ୍ପ ନେଇଛନ୍ତି । ଆଗାମୀ ଦିନରେ ଓଡ଼ିଆ ସ୍ୱାଭିମାନ ବିଶ୍ୱ ଦରବାରରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପ୍ରକାଶ ଯେ ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପସ୍ଥିତ ରହିଥିଲେ ବାଚସ୍ପତି ସୁରମା ପାଢ଼ୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ସହ ଅନ୍ୟ ସରକାରୀ ପ୍ରଶାସନିକ ଅଧିକାରୀ ମଧ୍ୟ ସାମିଲ ହୋଇଥିଲେ । ବିଜୁ ବାବୁଙ୍କ ବୀରତ୍ବର ଗାଥା ସମସ୍ତେ ବଖାଣିଛନ୍ତି । ବିଜୁ ପଟ୍ଟନାୟକଙ୍କ ସାହସ ଓ ଓଡ଼ିଶା ଲୋକମାନଙ୍କ ପ୍ରତି ତାଙ୍କର ଅବଦାନ ବିଷୟରେ ବଖାଣିଛନ୍ତି ।
କେବଳ ଓଡ଼ିଶା କିମ୍ବା ଭାରତରେ ନୁହେଁ ବରଂ ଅନ୍ୟ ଦେଶମାନଙ୍କରେ ମଧ୍ୟ ବିଜୁ ବାବୁଙ୍କୁ ସମ୍ମାନ ଦିଆଯାଉଛି । ଆଜି ସମସ୍ତେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇଛନ୍ତି । ସବୁଠୁ ବଡ଼ କଥା ହେଉଛି ସ୍ବାଧୀନତା ସଂଗ୍ରାମ ଓ ଆଧୁନିକ ଓଡ଼ିଶା ଗଠନର ମୁଖ୍ୟ ପୁରୋଧାଙ୍କୁ ମନେ ପକାଉଛି ଆଜି ସାରା ଭାରତବର୍ଷ । ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀରେ ଆଜି ବିଭିନ୍ନ ସ୍ଥାନରେ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ