ବଲାଙ୍ଗିରରେ କାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବଲାଙ୍ଗିର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗିର ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ପରେ ସ୍ଥିତିକୁ ଦେଖି ଜିଲ୍ଲା ପ୍ରଶାସନ ଖରାଛୁଟି ନିଷ୍ପତ୍ତି ନେବ ବୋଲି କୁହାଯାଇଛି।
ବଲାଙ୍ଗିର ଜିଲ୍ଲାପାଳଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି ଯେ ଗ୍ରୀଷ୍ମ ପ୍ରବାହ ସ୍ଥିତିକୁ ଦୃଷ୍ଟିରେ ରଖି ତଥା ବଲାଙ୍ଗିର ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବାରୁ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବିଦ୍ୟାଳୟ, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ୧୮ ଏପ୍ରିଲରୁ ୨୧ ଏପ୍ରିଲ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି।

  • Related Posts

    ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ମାଲକାନଗିରି, ରାୟଗଡ଼ାରେ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ଏବଂ ନୟାଗଡ଼ ଓ ନୂଆପଡ଼ାରେ ଦୁଇଟି ସରକାରୀ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବ।…

    Continue reading
    ଭୁବନେଶ୍ୱରକୁ ୬ଟି ଜୋନ୍‌ରେ ବାଣ୍ଟିଲା ବିଏମ୍‌ସି

    ଭୁବନେଶ୍ୱର,: ବିଏମ୍‌ସିି ୩ରୁ ୬ଟି ଜୋନ୍‌ରେ ବାଣ୍ଟି ହୋଇଛି । ଜୋନ୍ ଅଫିସର ମାତ୍ରାଧିକ ଚାପକୁ ହ୍ରାସ କରିବା ଏବଂ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏବେ ପ୍ରତି ଜୋନ୍‌ରେ ୧୨ ଲେଖାଁଏ ୱାର୍ଡ ରହିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ