୮ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି

ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏବେ ସେ ସିଆଇଏସ୍‌ଏଫ୍‌ (ମୁଖ୍ୟାଳୟ)ରେ ଆଇଜି ପାହ୍ୟାରେ କାର୍ଯ୍ୟ କରୁଛନ୍ତି। ୨୦୦୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅବିନାଶ କୁମାର ଏବେ ସ୍ପେଶାଲ ଆର୍ମଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ସାର୍ଥକ ଷଡ଼ଙ୍ଗୀ ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ବ୍ରହ୍ମପୁରରେ ଓ ନୀତି ଶେଖର ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ କୋରାପୁଟରେ କାର୍ଯ୍ୟ କରୁଛନ୍ତି। ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେ ଏବେ ଭୁବନେଶ୍ୱର ଡିସିପି ଅଛନ୍ତି। ପିନାକ ମିଶ୍ରଙ୍କ ସହିତ ୨୦୧୧ ବ୍ୟାଚ୍‌ର ଆଉ ଦୁଇ ଆଇପିଏସ୍ ଅଫିସର ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧର ଏବେ କଟକ ସ୍ଥିତ ପୁଲିସ ମୁଖ୍ୟାଳୟରେ କାର୍ଯ୍ୟ କରୁଛନ୍ତି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ