ବିଦାୟୀ ବର୍ଷରେ ଭିଜିଲାନ୍ସ ଜାଲରେ ୧୮୧ ବାବୁ, ୨୫ ଚାକିରିରୁ ବହିଷ୍କୃତ

ବିଦାୟୀ ବର୍ଷରେ ୧୮୧ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁଙ୍କୁ ବାନ୍ଧିଛି ଭିଜିଲାନ୍ସ । କେବଳ ସରକାରୀ ବାବୁ ନୁହନ୍ତି ସେମାନଙ୍କ ସହଯୋଗୀଙ୍କୁ ବାନ୍ଧିବା ସହ ସେମାନଙ୍କ ନାଁରେ ରୁଜୁ ହୋଇଛି ୨ଶହରୁ ଅଧିକ ମାମଲା । ୧୮୧ ଜଣ ସରକାରୀ ଅଫିସରଙ୍କ ମଧ୍ୟରେ ୫୦ ଜଣ କ୍ଲାସ୍ ୱାନ୍ ଅଫିସର, ୬ ଜଣ ଚିଫ୍ ଇଞ୍ଜିନିୟର, ଅବକାରୀ ଯୁଗ୍ମ କମିଶନର, ଡେପୁଟି ଡାଇରେକ୍ଟର ଫିସେରୀ, ସିଟି-ଜିଏସଟିର ଦୁଇ ଜଣ ଆସିଷ୍ଟାଣ୍ଟ କମିଶନର, ୨ ତହସିଲଦାର, ୨ ବିଡିଓ, ୩ ସିଏସଓ ରହିଛନ୍ତି । ଏହା ସହ ୧୯ ଜଣ ଇଞ୍ଜିନିୟର, ୨୨ ରାଜସ୍ୱ ଅଧିକାରୀ, ୨୦ ଜଣ ପିଆର, ଡିଡବ୍ଲୁ ଅଫିସିଆଲ ସହ ୯ ଜଣ ପୁଲିସ ଅଧିକାରୀ ବି ଗିରଫ ହୋଇଛନ୍ତି । ଏତିକିରେ ସରିନି ଅସାଧୁ କାରବାରରେ ଲିପ୍ତ ଥିବା ଅଭିଯୋଗରେ ଭିଜିଲାନ୍ସ ୫ ଡାକ୍ତର, ୩ ବନ ଅଧିକାରୀଙ୍କୁ ବି ଗିରଫ କରିଛି । ୬୦ରୁ ଅଧିକ ଆୟ ବହିର୍ଭୂତି ସଂପତ୍ତି ଠୁଳ ମାମଲା ରୁଜୁ ହୋଇଥିବା ବେଳେ ୧୩୧ କୋଟି ଟଙ୍କା ସିଜ୍ କରିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଭିଜିଲାନ୍ସ ୯୬ଟି ଟ୍ରାପ କେସ୍ ରୁଜୁ କରିଥିଲା । ଯାହାଦ୍ୱାରା ୧୧୫ଜଣଙ୍କୁ ରଙ୍ଗେ ହାତ ଲାଞ୍ଚ ନେବା ବେଳେ ଧରିଥିଲା । ସେମାନଙ୍କ ମଧ୍ୟରୁ ୯୯ ଜଣ ହେଉଛନ୍ତି ସରକାରୀ ଅଧିକାରୀ । ଏହି ଅଧିକାରୀମାନେ ମୋଟ ୧୯ ଲକ୍ଷ ୨୫ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ସେପଟେ ବିଭିନ୍ନ ମାମଲାରେ ୪୮୩ଟି ସ୍ଥାନରେ ଭିଜିଲାନ୍ସ ରେଡ ହୋଇଥିବା ବେଳେ ୭୯୨ଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିଛି ଭିଜିଲାନ୍ସ । ଚଳିତ ବର୍ଷ ୧୦୫ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ୫୦ ପ୍ରତିଶତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ