କୋଲକାତା ଡିସିପିଙ୍କ ଘରେ ଇଡି ରେଡ୍‌

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲକତା ପୁଲିସ୍‌ ଡେପୁଟି କମିଶନର ଶାନ୍ତନୁ ସିହ୍ନା ବିଶ୍ୱାସଙ୍କ ବାସଭବନରେ ଚଢାଉ କରିଛି। ଇଡି ଆଜି ସକାଳ ପ୍ରାୟ ୭ଟା ସମୟରେ ବାଲିଗଞ୍ଜର ଫର୍ଣ୍ଣ ରୋଡରେ ଥିବା ତାଙ୍କ ଘରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି। ମିଳିଥିବା ରିପୋର୍ଟ ଅନୁଯାୟୀ ଡିସିପି ବିଶ୍ୱାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭବାନୀପୁର ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନରେ ଆସୁଥିବା କାଲିଘାଟ ପୋଲିସ ଷ୍ଟେସନର ଷ୍ଟେସନ ହାଉସ ଅଫିସର ଭାବରେ କାର୍ୟ୍ୟ କରୁଥିଲେ।

ଆଜି ଇଡି ଟିମ୍ କଲକତାର ବାଲିଗଞ୍ଜ ଅଞ୍ଚଳରେ ଥିବା ବିଶ୍ୱାସଙ୍କ ବାସଭବନ ଏବଂ ବେହାଲାରେ ଥିବା ଜୟ କାମଦାରଙ୍କ ଘରେ ତଲାସ କରୁଛି। ସୋନା ପପ୍ପୁ ଏବଂ ଜୟ କାମଦାରଙ୍କ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଏକ ବଡ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ଏହି ଚଢାଉ କରାଯାଉଥିବା ଜଣାପଡିଛି। କିଛି ଦିନ ପୂର୍ବେ, ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଇଡି ପୂର୍ବତନ ରାଜ୍ୟ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ବାସଭବନରେ ଚଢାଉ କରିଥିଲା। ଏହା ବ୍ୟତୀତ, ଆୟକର ବିଭାଗ ନିକଟରେ ବହିରା ବିଧାୟକ ଏବଂ ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଦେବାଶିଷ କୁମାରଙ୍କ ବାସଭବନରେ ଚଢାଉ କରିଥିଲା।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ